Posted inଖେଳ

ଟୋକିଓ ଅଲିମ୍ପିକ୍ସ: ୩ ଇଭେଣ୍ଟରେ ଭାକର ଅଂଶଗ୍ରହଣ କରିବେ, ଭାରତୀୟ ଶୁଟିଂ ଦଳରେ ଏଲାଭେନିଲ ସାମିଲ

ନୂଆଦିଲ୍ଲୀ,୫।୪(ପି.ଟି.): ଆଗାମୀ ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ଶୁଟିଂ ଦଳରେ ବିଶ୍ୱର ଏକନମ୍ବର ଶୁଟର ଏଲାଭେନିଲ ଭାଲାରିଭାନଙ୍କୁ ସାମିଲ କରାଯାଇଛି। ସେ ୧୫ ଜଣିଆ ଅଲିମ୍ପିକ ଦଳରେ ସାମିଲ ହୋଇଛନ୍ତି। ସେହିପରି ତାରକା ମହିଳା ଶୁଟର ମନୁ ଭାକର ୩ଟି ଇଭେଣ୍ଟରେ ଭାରତ ପାଇଁ ପ୍ରତିନିଧିତ୍ୱ କରିବେ। ତେବେ ଅଲିମ୍ପିକ କୋଟା ହାସଲ କରିଥିବା ଚିଙ୍କି ଯାଦବ ଗତ ମାସରେ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବିଶ୍ୱକପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ ମଧ୍ୟ ଅଲିମ୍ପିକ ଦଳରେ ସାମିଲ ହୋଇନାହାନ୍ତି।
କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ) ପ୍ରତ୍ୟେକ ବର୍ଗର ଇଭେଣ୍ଟ ପାଇଁ ଦୁଇଜଣ ଲେଖାଏ ରିଜର୍ଭ ଶୁଟରଙ୍କ ନାମ ଘୋଷଣା କରିଛି। ତେବେ ଅଲିମ୍ପିକ୍ସ ପାଇଁ କୋଟା ପ୍ଲେସ ହାସଲ କରିଥିବା ଖେଳାଳିମାନଙ୍କ ରିଜର୍ଭ ଖେଳାଳିଙ୍କ ନାମ ଘୋଷଣା କରାଯାଇଛି।
ଜୁଲାଇ ୨୩ରୁ ଅଗଷ୍ଟ ୮ ତାରିଖ ମଧ୍ୟରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଏନ୍‌ଆରଏଆଇ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଏଲାଭେନିଲ ମହିଳା ୧୦ ମିଟର ଏୟାର ରାଇଫଲ ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଏଲାଭେନିଲଙ୍କ ସମେତ ଅପୂର୍ବୀ ଚାଣ୍ଡେଲା ମଧ୍ୟ ଏହି ଇଭେଣ୍ଟରେ ଭାଗ ନେବେ। ଉଲ୍ଲେଖଥାଉ କି କୋଟ ଦେଶକୁ ମିଳିଥାଏ ଓ ଏହା ଶୁଟରଙ୍କୁ ମିଳି ନ ଥାଏ। ସେହିପରି ମନୁଭାକର ଓ ରାହି ସର୍ନୋବତ ୨୫ ମି. ପିସ୍ତଲ ଇଭେଣ୍ଟରେ ଭାଗ ନେବେ। ଭାକର ଓ ଯଶସ୍ବିନୀ ସିଂ ଦେଶଓ୍ବାଲ ୧୦ମି. ଏୟାର ପିସ୍ତଲ ଇଭେଣ୍ଟରେ ମଧ୍ୟ ଅଂଶଗ୍ରହଣ କରିବେ। ଏହା ବ୍ୟତୀତ ଭାକର ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଭେଣ୍ଟରେ ମଧ୍ୟ ଭାଗନେବେ। ଏହି ଇଭେଣ୍ଟରେ ଭାକରଙ୍କ ପାର୍ଟନର ରହିଛନ୍ତି ପୁରୁଷ ତାରକା ଶୁଟର ସୌରଭ ଚୌଧୁରୀ।
ଏନ୍‌ଆରଏଆଇ ଅଲିମ୍ପିକ୍ସ ସାଇକେଲ୍‌ରେ ପ୍ରଦର୍ଶନକୁ ଭିତ୍ତିକରି ଶୁଟରମାନଙ୍କୁ ଚୟନ କରାଯାଇଛି। ଏହି ଅଲିମ୍ପିକ ସାଇକେଲ ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରୁ ଆରମ୍ଭ ହୋଇଛି। ଏହାପରେ ୨୦୧୯ରେ ସମସ୍ତ ୪ଟି ବିଶ୍ୱକପ୍‌ ଓ ଏସିଆନ ଚାମ୍ପିୟନଶିପ୍‌ର ପ୍ରଦର୍ଶନକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ୫ଟି ଅନ୍ତର୍ଜାତୀୟ ପ୍ରତିଯୋଗିତାର ହାରାହାରି ଶ୍ରେଷ୍ଠ ପ୍ରଦର୍ଶନକୁ ଭିତ୍ତିକରି ଏନ୍‌ଆରଏଆଇ ଦଳ ଚୟନ କରିବାର ନିୟମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?