Posted inଖେଳ

ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍‌ ଗ୍ରେସ

ଭୁବନେଶ୍ୱର, ୧୮।୬(କ୍ରୀଡ଼ା ପ୍ରତିନିଧି)-ଟୋକିଓ ଅଲିମ୍ପିକ୍ସ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଏଥର ଦଳରେ ମାତ୍ର ଜଣେ ଓଡ଼ିଆ ଖେଳାଳି ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଦୀପ୍‌ ଗ୍ରେସ୍‌ ଏକ୍କା। ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ହୋଇଥିବାବେଳେ ରାଜ୍ୟରେ ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ। ଦ୍ୱିତୀୟ ଥର ହକି ବିଶ୍ୱକପ ଆୟୋଜନ କରିବାକୁ ଯାଉଥିବା ଏହି ରାଜ୍ୟରୁ ମାତ୍ର ଜଣେ ଖେଳାଳି ଦଳରେ ସ୍ଥାନ ପାଇବା ଓଡ଼ିଶା ହକି ପ୍ରେମୀଙ୍କୁ ନିରାଶ କରିଛି। ୨୦୧୬ ରିଓ ଅଲିମ୍ପିକ୍ସ ପାଇଁ ଓଡ଼ିଶାରୁ ୪ ଖେଳାଳି ଦଳରେ ସ୍ଥାନ ପାଇଥିଲେ। ସେମାନେ ହେଲେ ଦୀପ୍‌ ଗ୍ରେସ୍‌ ଏକ୍କା, ନମିତା ଟପ୍ପୋ, ଲିଲିମା ମିଞ୍ଜ୍‌ ଓ ସୁନୀତା ଲାକ୍ରା। ଇତିମଧ୍ୟରେ ସୁନୀତା ଲାକ୍ରା ଅବସର ନେଇ ସାରିଛନ୍ତି। ମାତ୍ର କ୍ରମାଗତ ଭଲ ପ୍ରଦର୍ଶନ କରି ଆସୁଥିବା ଲିଲିମା ମିଞ୍ଜ୍‌ ଓ ନମିତା ଟପ୍ପୋଙ୍କୁ ଅଣଦେଖା କରାଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
ହକି ଇଣ୍ଡିଆ ଓ୍ବେବସାଇଟ୍‌ରେ ଉପଲବ୍ଧ ତଥ୍ୟ ଅନୁସାରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁ ଯାଉଥିବା କ୍ରୀଡ଼ା ମହାକୁମ୍ଭ ପାଇଁ ଭାରତୀୟ ଦଳରେ ୮ ଅଲିମ୍ପିକ୍ସ ପଦାର୍ପଣକାରୀ ଏବଂ ରିଓ ଅଲିମ୍ପିକ୍ସରେ ଖେଳିଥିବା ସମାନ ସଂଖ୍ୟକ ଭେଟେରାନଙ୍କୁ ସାମିଲ କରାଯାଇଛି। ରାଣୀ ରାମପାଲ ଅଧିନାୟିକା ପଦ ବଜାୟ ରଖିଛନ୍ତି। ପ୍ରଥମ ଥର ପାଇଁ ଅଲିମ୍ପିକ୍ସ ଖେଳିବାକୁ ଯାଉଥିବା ଖେଳାଳିମାନେ ହେଲେ ଡ୍ରାଗ୍‌ ଫ୍ଲିକର ଗୁରଜିତ କୌର, ଉଦିତା, ନିଶା, ନେହା, ନଭନୀତ କୌର, ଶର୍ମିଳା ଦେବୀ, ଲାଲରେମସିଆମି ଓ ସାଲିମା ଟେଟେ। ଟେଟେଙ୍କ ନେତୃତ୍ୱରେ ଭାରତୀୟ ଦଳ ୨୦୧୮ ବୁଏନ୍ସ ଆରିଜ ୟୁଥ୍‌ ଅଲିମ୍ପିକ୍‌ ଗେମ୍ସରେ ରୌପ୍ୟ ପଦକ ହାସଲ କରିଥିଲା। ଗତ ଅଲିମ୍ପିକ୍ସରେ ଖେଳି ଏଥର ପୁଣି ସୁଯୋଗ ପାଇଥିବା ଖେଳାଳିମାନେ ହେଲେ ଅଧିନାୟିକା ରାଣୀ, ଗୋଲକିପର ସବିତା, ଦୀପ୍‌ ଗ୍ରେସ୍‌, ସୁଶୀଳା ଚାନୁ ପୁଖରାମବାମ, ମୋନିକା, ନିକ୍କି ପ୍ରଧାନ, ନଭଜୋତ କୌର ଓ ବନ୍ଦନା କାଟରିଆ। ଏହି ୮ ଖେଳାଳି ମୋଟ ୧୪୯୨ ମ୍ୟାଚ ଖେଳିବାର ଅଭିଜ୍ଞତା ରଖିଛନ୍ତି। ଦଳରେ ଜଣେ ଗୋଲକିପର, ୪ ଡିଫେଣ୍ଡର, ୬ ମିଡ୍‌ ଫିଲ୍ଡର ଏବଂ ୫ ଫରଓ୍ବାର୍ଡ ସାମିଲ ଅଛନ୍ତି।
ଭାରତୀୟ ମହିଳା ଦଳ ପୂର୍ବରୁ ୧୯୮୦ ଏବଂ ଦୀର୍ଘ ୩୬ ବର୍ଷ ପରେ ୨୦୧୬ରେ ଅଲିମ୍ପିକ୍ସରେ ଭାଗ ନେଇଥିଲା। ତେଣୁ ଏଥର କ୍ରମାଗତ ଦ୍ୱିତୀୟ ଏବଂ ଓଭରଅଲ୍‌ ତୃତୀୟ ଥର ପାଇଁ ଅଲିମ୍ପିକ୍ସ ଖେଳିବାକୁ ଯାଉଛି। ୨୦୧୬ ରିଓ ଅଲିମ୍ପିକ୍ସ ପରଠାରୁ ଭାରତୀୟ ମହିଳା ହକି ଦଳର ପ୍ରଦର୍ଶନରେ ଉନ୍ନତି ହୋଇଛି। ଦଳ ୨୦୧୬ ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଥିବାବେଳେ ୨୦୧୭ ଏସିଆ କପ୍‌ ଏବଂ ୨୦୧୮ ଏସିଆନ ଗେମ୍ସରେ ରୌପ୍ୟ ପଦକ ହାସଲ କରିଛି। ପ୍ରଥମ ଥର ପାଇଁ ୨୦୧୮ ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ଦଳ ଇତିହାସ ରଚିଥିଲା। ଅଲିମ୍ପିକ୍ସ ପାଇଁ ଦଳ ଏଥର ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ସେଣ୍ଟରରେ ପ୍ରସ୍ତୁତି ଚଳାଇଛି। ”ଟୋକିଓ ଅଲିମ୍ପିକ୍ସ ପାଇଁ ଆମେ ଯୁବ ଓ ଅଭିଜ୍ଞ ଖେଳାଳିଙ୍କୁ ନେଇ ଶ୍ରେଷ୍ଠ ଦଳ ମନୋନୟନ କରିଛୁ। ତେଣୁ ଏଥର ଅଲିମ୍ପିକ୍ସରେ ଦଳ ଶ୍ରେଷ୍ଠ ପ୍ରଦର୍ଶନ ମଧ୍ୟ କରିବା ଆଶା ରହିଛି“ ବୋଲି କୋଚ୍‌ ଜୋର୍ଡ ମାରିଜନେ ପ୍ରକାଶ କରିଛନ୍ତି।
ଭାରତୀୟ ଦଳ
ଗୋଲକିପର: ସବିତା
ଡିଫେଣ୍ଡର: ଦୀପ୍‌ ଗ୍ରେସ୍‌ ଏକ୍କା, ନିକ୍କି ପ୍ରଧାନ, ଗୁରଜିତ କୌର, ଉଦିତା
ମିଡ୍‌ଫିଲ୍ଡର: ନିଶା, ନେହା, ସୁଶୀଳା ଚାନୁ ପୁଖରାମବାମ୍‌, ମୋନିକା, ନଭଜୋତ କୌର, ସାଲିମା ଟେଟେ।
ଫରଓ୍ବାର୍ଡ: ରାଣୀ ରାମପାଲ (ଅଧିନାୟିକା), ନଭନୀତ କୌର, ଲାଲରେମସିଆମି, ବନ୍ଦନା କାଟରିଆ, ଶର୍ମିଳା ଦେବୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri