Posted inଖେଳ

ସ୍ତ୍ରୀ ଗହଣା ବିକି ସ୍ବାମୀଙ୍କୁ କରିଥିଲେ ଶୁଟର୍‌: ଆଜି ଦେଶକୁ କଲେ ଗୌରବାନ୍ବିତ

ଟୋକିଓ,୧।୯:ଟୋକିଓ ପାରାଲିମ୍ପିକ୍ସରେ ଭାରତର ସିହଂରାଜ ଆଧାନା ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଏସ୍‌ଏଚ୍‌-୧ର ଫାଇନାଲରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ୨୧୬.୮ ପଏଣ୍ଟ ସହ ଏହି ପଦକ ଜିତିଛନ୍ତି। ଏହି ଐତିହାସିକ ସଫଳତା ପରେ ସମସ୍ତେ ତାଙ୍କୁ ପ୍ରଶଂସା କରୁଛନ୍ତି। ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ହରିୟାଣାର ବାହାଦୂରଗଡର ଶୁଟର ସିଂହରାଜଙ୍କ ଯାତ୍ରା ଟୋକିଓ ପାରାଲିମ୍ପିକ୍ସ ପର୍ଯ୍ୟନ୍ତ ସହଜ ନ ଥିଲା। ଏହି ଯାତ୍ରା ସମୟରେ ତାଙ୍କୁ ଅନେକ କଷ୍ଟ ଅତିକ୍ରମ କରିବାକୁ ପଡିଲା।
ଅକ୍ଷମତା ତାଙ୍କୁ କେବେ ଶୁଟର ହେବାକୁ ଅଟକାଇ ନ ଥିଲା। ଆର୍ଥିକ ପ୍ରତିବନ୍ଧକ ହେତୁ ସେ ତାଲିମ ଜାରି ରଖିବା ଏବଂ ପରିବାରକୁ ସାହାଯ୍ୟ କରିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ସିଂହରାଜ କହିଥିଲେ ଯେ, ଶୁଟର ହେବାର ସ୍ବପ୍ନକୁ ପୂରଣ କରିବା ପାଇଁ ତାଙ୍କ ସ୍ତ୍ରୀଙ୍କୁ ଅଳଙ୍କାର ବିକ୍ରି କରିବାକୁ ପଡ଼ିଥିଲା। ଶୁଟିଂ ଏକ ମହଙ୍ଗା ଖେଳ ଏବଂ ଏହା ମୋ ପାଇଁ ସହଜ ନ ଥିଲା। ମୋର ଶୁଟିଂ ସ୍ବପ୍ନକୁ ପୂରଣ କରିବା ପାଇଁ ମୋ ସ୍ତ୍ରୀ ତାଙ୍କ ଅଳଙ୍କାର ବିକ୍ରି କରିଥିଲେ।

ମାର୍ଚ୍ଚ ୨୦୨୧ ରେ ସଂଯୁକ୍ତ ଆରବ ଏମିରେଟ୍ସରେ ଆୟୋଜିତ ପାରା ଶୁଟିଂ ବିଶ୍ୱକପରେ ପାରା ଆଥଲେଟ ସଂହରାଜ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସ୍‌ଏଚ୍‌-୧ ଇଭେଣ୍ଟ ଫାଇନାଲରେ ଉଜବେକିସ୍ତାନର ସଭର୍ର୍‌ ଇବ୍ରାଗିମୋଭଙ୍କୁ ୨.୮ ପଏଣ୍ଟରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ଏହା ପରେ ସିଂହରାଜଙ୍କ କାରଭାନ ଆଗକୁ ଯାଇ ଆଜି ଟୋକିଓ ଅଲିମ୍ପିକ୍ସରେ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଦେଶ ପାଇଁ ପୁରସ୍କାର ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri