Posted inଖେଳ

ସ୍ତ୍ରୀ ଗହଣା ବିକି ସ୍ବାମୀଙ୍କୁ କରିଥିଲେ ଶୁଟର୍‌: ଆଜି ଦେଶକୁ କଲେ ଗୌରବାନ୍ବିତ

ଟୋକିଓ,୧।୯:ଟୋକିଓ ପାରାଲିମ୍ପିକ୍ସରେ ଭାରତର ସିହଂରାଜ ଆଧାନା ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଏସ୍‌ଏଚ୍‌-୧ର ଫାଇନାଲରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ୨୧୬.୮ ପଏଣ୍ଟ ସହ ଏହି ପଦକ ଜିତିଛନ୍ତି। ଏହି ଐତିହାସିକ ସଫଳତା ପରେ ସମସ୍ତେ ତାଙ୍କୁ ପ୍ରଶଂସା କରୁଛନ୍ତି। ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ହରିୟାଣାର ବାହାଦୂରଗଡର ଶୁଟର ସିଂହରାଜଙ୍କ ଯାତ୍ରା ଟୋକିଓ ପାରାଲିମ୍ପିକ୍ସ ପର୍ଯ୍ୟନ୍ତ ସହଜ ନ ଥିଲା। ଏହି ଯାତ୍ରା ସମୟରେ ତାଙ୍କୁ ଅନେକ କଷ୍ଟ ଅତିକ୍ରମ କରିବାକୁ ପଡିଲା।
ଅକ୍ଷମତା ତାଙ୍କୁ କେବେ ଶୁଟର ହେବାକୁ ଅଟକାଇ ନ ଥିଲା। ଆର୍ଥିକ ପ୍ରତିବନ୍ଧକ ହେତୁ ସେ ତାଲିମ ଜାରି ରଖିବା ଏବଂ ପରିବାରକୁ ସାହାଯ୍ୟ କରିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଇଥିବା ଏକ ସାକ୍ଷାତକାରରେ ସିଂହରାଜ କହିଥିଲେ ଯେ, ଶୁଟର ହେବାର ସ୍ବପ୍ନକୁ ପୂରଣ କରିବା ପାଇଁ ତାଙ୍କ ସ୍ତ୍ରୀଙ୍କୁ ଅଳଙ୍କାର ବିକ୍ରି କରିବାକୁ ପଡ଼ିଥିଲା। ଶୁଟିଂ ଏକ ମହଙ୍ଗା ଖେଳ ଏବଂ ଏହା ମୋ ପାଇଁ ସହଜ ନ ଥିଲା। ମୋର ଶୁଟିଂ ସ୍ବପ୍ନକୁ ପୂରଣ କରିବା ପାଇଁ ମୋ ସ୍ତ୍ରୀ ତାଙ୍କ ଅଳଙ୍କାର ବିକ୍ରି କରିଥିଲେ।

ମାର୍ଚ୍ଚ ୨୦୨୧ ରେ ସଂଯୁକ୍ତ ଆରବ ଏମିରେଟ୍ସରେ ଆୟୋଜିତ ପାରା ଶୁଟିଂ ବିଶ୍ୱକପରେ ପାରା ଆଥଲେଟ ସଂହରାଜ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ ପୁରୁଷ ୧୦ ମିଟର ଏୟାର ପିସ୍ତଲ ଏସ୍‌ଏଚ୍‌-୧ ଇଭେଣ୍ଟ ଫାଇନାଲରେ ଉଜବେକିସ୍ତାନର ସଭର୍ର୍‌ ଇବ୍ରାଗିମୋଭଙ୍କୁ ୨.୮ ପଏଣ୍ଟରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ଏହା ପରେ ସିଂହରାଜଙ୍କ କାରଭାନ ଆଗକୁ ଯାଇ ଆଜି ଟୋକିଓ ଅଲିମ୍ପିକ୍ସରେ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଦେଶ ପାଇଁ ପୁରସ୍କାର ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri