Posted inଖେଳ

କାଲିଠୁ ଟୋକିଓ ପାରାଲିମ୍ପିକ୍ସ: ୯ ଇଭେଣ୍ଟରେ ଭାରତର ପ୍ରତିଯୋଗୀ

ଟୋକିଓ, ୨୩।୮: କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସର ସଫଳ ଆୟୋଜନ ପରେ ମଙ୍ଗଳବାରଠାରୁ ଟୋକିଓରେ ଆରମ୍ଭ ହେବାକୁ ଯାଉଛି ପାରାଲିମ୍ପିକ୍‌ କ୍ରୀଡ଼ାର ୧୬ତମ ସଂସ୍କରଣ। ଅନ୍ତର୍ଜାତୀୟ ପାରାଲିମ୍ପିକ୍‌ କମିଟି ଆନୁକୂଲ୍ୟରେ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ସେପ୍ଟେମ୍ବର ୫ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୬୩ଟି ଦେଶର ୪୫୩୭ ପ୍ରତିଯୋଗୀ ଭାଗନେବେ। ୨୨ଟି କ୍ରୀଡ଼ାର ୫୪୦ଟି ଇଭେଣ୍ଟ ଏହି ସଂସ୍କରଣରେ ଅନୁଷ୍ଠିତ ହେବ। ପ୍ରକୃତରେ ଏହି ପ୍ରତିଯୋଗିତା ୨୦୨୦ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ହେବାର ଥିଲା। ମାତ୍ର କୋଭିଡ୍‌-୧୯ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଅଲିମ୍ପିକ୍ସ ପରି ପାରାଲିମ୍ପିକ୍ସର ଅଧିକାଂଶ ଇଭେଣ୍ଟ ବିନା ଦର୍ଶକରେ ଅନୁଷ୍ଠିତ ହେବ।

ପାରାଲିମ୍ପିକ୍ସରେ ଭାରତର ୫୪ ପ୍ରତିଯୋଗୀ ୯ଟି କ୍ରୀଡ଼ା ଇଭେଣ୍ଟରେ ଅଂଶଗ୍ରହଣ କରିବେ। ଅଲିମ୍ପିକ୍ସ ପରି ପାରାଲିମ୍ପିକ୍ସର ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବ ମଧ୍ୟ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଉଦ୍‌ଘାଟନୀରେ ଭାରତର ୬ ଅଫିସିଆଲ ଓ ୫ ଆଥ୍‌ଲେଟ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri