ବଲିଉଡ୍‌ ଛାଡ଼ିବାର କାରଣ କହିଲେ ଦେଶୀଗର୍ଲ

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କିଛିଦିନ ହେବ ବେଶ୍‌ ଚର୍ଚ୍ଚାରେ ରହି ଆସୁଛନ୍ତି। ବଲିଉଡ୍‌ରେ ରାଜନୀତି ଯୋଗୁ ତାଙ୍କୁ ବଲିଉଡ୍‌ ଛାଡିବାକୁ ପଡ଼ିଲା ବୋଲି ନିକଟରେ ପ୍ରକାଶ କରିଛନ୍ତି। ଏହି କାରଣରୁ ସେ ହଲିଉଡ୍‌ ଆଡକୁ ମୁହାଁଇଲେ। ଏହା ସହିତ ସେ ବଲିଉଡ୍‌କୁ ମଧ୍ୟ ପରାମର୍ଶ ଦେଇଛନ୍ତି ଯେ, ବାହାର ଲୋକଙ୍କୁ ମଧ୍ୟ ଏକ ସୁଯୋଗ ମିଳିବା ଉଚିତ ଏବଂ ଯୋଗ୍ୟତା ଆଧାରରେ କାଷ୍ଟିଂ କରାଯିବା ଉଚିତ। ସେ କହିଛନ୍ତି, ଗତ ୫-୬ ବର୍ଷ ମଧ୍ୟରେ କିଛି ପରିବର୍ତ୍ତନ ଆସିଛି। ଆଜିକାଲି ପ୍ରିୟଙ୍କା ତାଙ୍କର ଆଗାମୀ ଓ୍ବେବ୍‌ ସିରିଜ ‘ସିଟାଡେଲ’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।

ଅତୀତରେ ଯେତେବେଳେ ପ୍ରିୟଙ୍କା ଭାରତ ଆସିଥିଲେ, ସେତେବେଳେ ସେ ଏହି ଓ୍ବେବ୍‌ ସିରିଜ୍‌ର ପ୍ରମୋଶନ କରିଥିଲେ। ସେ କହିଛନ୍ତି, ଯାହା ପ୍ରତ୍ୟେକ ପୁରୁଷ ଏବଂ ମହିଳାଙ୍କ ଦୃଷ୍ଟିରେ ତାଙ୍କ ସମ୍ମାନ ବୃଦ୍ଧି କରିବ। ବାସ୍ତବରେ, ପ୍ରିୟଙ୍କା ପୁରୁଷଙ୍କ ପରିବର୍ତ୍ତିତ ଆଚରଣ ଏବଂ ମହିଳାମାନଙ୍କୁ ଆଗକୁ ଆସିବାକୁ ସୁଯୋଗ ଦେବା ଏବଂ ପୁରୁଷମାନେ ମହିଳାଙ୍କୁ ସମର୍ଥନ କରିବା ବିଷୟରେ କହିଚନ୍ତି।

ଏକ ସାକ୍ଷାତକାରରେ ପ୍ରିୟଙ୍କା କହିଛନ୍ତି, ମୋ ଜୀବନରେ ଏମିତି ପୁରୁଷ ଅଛନ୍ତି, ଯିଏ ମୋର ସଫଳତାରେ ଅସୁରକ୍ଷିତ ହୋଇନାହାନ୍ତି। କିଛି ପୁରୁଷ ଅଛନ୍ତି ଯେଉଁମାନେ ମୋ’ ସଫଳତା ସହିତ ନିଜକୁ ଅସୁରକ୍ଷିତ ମନେ କରୁଥିଲେ। ମୁଁ ଭାବୁଛି ପୁରୁଷମାନେ ପରିବାରର ମୁଖ୍ୟ, ରୋଜଗାର କରୁଥିବା ସଦସ୍ୟ ହେବାର ସ୍ବାଧୀନତାକୁ ଉପଭୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri