Posted inଜାତୀୟ

ଅନ୍ୟ ଧର୍ମ ପ୍ରତି ସହିଷ୍ଣୁତା ଦେଶରେ ସୃଷ୍ଟି କରିଛି ଭିନ୍ନତାରେ ଏକତା…

ମାଡ୍ରାସ୍‌, ୬।୨ : ଦେଶରେ ଅନ୍ୟ ଧର୍ମ ପ୍ରତି ଜନସାଧାରଣଙ୍କ ମଧ୍ୟରେ ଦେଖାଦେଉଥିବା ସହିଷ୍ଣୁତା ଆଚରଣ ଯୋଗୁ ଭିନ୍ନତାରେ ଏକତା ସୃଷ୍ଟି ହୋଇପାରିଛି। ଏଭଳି ମନୋଭାବ ପ୍ରତି ନାଗରିକଙ୍କ କ୍ଷେତ୍ରରେ ପ୍ରଦର୍ଶିତ ହେବା ଉଚିତ। ଏକ ମାମଲାର ବିଚାର କରି ମାଡ୍ରାସ୍‌ ହାଇକୋର୍ଟ ଏହା କହିଛନ୍ତି। ଚର୍ଚ୍ଚ ନିର୍ମାଣ ପାଇଁ କନ୍ୟାକୁମାରୀ ଜିଲାପାଳ ଜମି ଯୋଗାଇ ଦେଇଥିବାବେଳେ ଏହାକୁ ବିରୋଧ କରି ଏକ ରିଟ୍‌ ପିଟିଶନ୍‌ ହାଇକୋର୍ଟରେ ଦାଖଲ କରାଯାଇଛି। ଚର୍ଚ୍ଚରେ ଦିନରାତି ଲାଉଡ୍‌ ସ୍ପିକର ବାଜିବା ଦର୍ଶାଇ ସମ୍ପୃକ୍ତ ବ୍ୟକ୍ତି ଆବେଦନ କରିଛନ୍ତି।

ଏହାଦ୍ୱାରା ସ୍ଥାନୀୟ ଅଞ୍ଚଳର ଶାନ୍ତ ପରିବେଶରେ ଅଯଥା ଶବ୍ଦ ପ୍ରଦୂଷଣ ସୃଷ୍ଟି ହେବାର ଆଶଙ୍କା ଥିବା ସେ ଆବେଦନରେ ଉଲ୍ଲେଖ କରିଛନ୍ତି। ହାଇକୋର୍ଟ ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାର ଅନୁଚ୍ଛେଦ ୫୧-ଏ(ଇ) ଅନୁସାରେ ଏହା ଏକ ମୌଳିକ କର୍ତ୍ତବ୍ୟ ବୋଲି ଦର୍ଶାଇଛନ୍ତି। ପ୍ରତି ନାଗରିକ ପରସ୍ପର ମଧ୍ୟରେ ଭାଇଚାରା ସୃଷ୍ଟି କରିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି।

ବିଚାରପତି ସି.ଭି. କାର୍ତ୍ତିକେୟନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି କହିଛନ୍ତି ଯେ, ଗୋଟିଏ ଅଞ୍ଚଳରେ ବିଭିନ୍ନ ଧର୍ମସ୍ଥଳ ରହିଥିବାବେଳେ ସହିଷ୍ଣୁତା ମନୋଭାବ ଦ୍ୱାରା ହିଁ ଏକତ୍ୱ ଭାବନା ସୃଷ୍ଟି ହୋଇପାରିବ। ଏହା ଦେଶ ପାଇଁ ଅପରିହାର୍ଯ୍ୟ ବୋଲି ଖଣ୍ଡପୀଠ କହିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri