ବରଗଡ଼ ଜିଲାବାସୀଙ୍କୁ ଟୋଲ୍‌ ଫ୍ରି

ବରଗଡ଼ ଅଫିସ୍‌,୧୯।୯: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲ ପ୍ଲାଜା ବରଗଡ଼ ଜିଲାବାସୀଙ୍କ ଗାଡ଼ି ପାଇଁ ଟୋଲ ଦେୟମୁକ୍ତ କରିଛି । ଜିଲା ଓକିଲ ସଂଘ ସମ୍ମିଳନୀ କକ୍ଷରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ଦ୍ୱିପାକ୍ଷିକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ଓକିଲ ସଂଘ ପକ୍ଷରୁ ହୋଇଥିବା ବିଭିନ୍ନ ଦାବି ପୂରଣ ଉପରେ ମଧ୍ୟ ଟୋଲପ୍ଲାଜା କର୍ତ୍ତୃପକ୍ଷ ସହମତି ପ୍ରକାଶ କରିଛନ୍ତି। ଏହାପରେ ଓକିଲ ସଂଘ ପକ୍ଷରୁ ଦୀର୍ଘ ୫ଦିନ ଧରି ଚାଲିଥିବା ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି । ଅନ୍ୟପଟେ ଟୋଲପ୍ଲାଜା କର୍ତ୍ତୃପକ୍ଷ ନିଷ୍ପତ୍ତିରୁ ପୁଣି ଓହରିଲେ ଆଗକୁ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ଜିଲା ଓକିଲ ସଂଘ ଚେତାବନୀ ଦେଇଛି।
ପ୍ରକାଶ ଯେ, ବରଗଡ଼ ଜିଲା ସୋହେଲା ବ୍ଲକ ଲୁହୁରାଚଟିଠାରୁ ସମ୍ବଲପୁର ଜିଲା ଅଇଁଠାପାଲି ପର୍ଯ୍ୟନ୍ତ ୮୮କି.ମି ଫୋର୍‌ଲେନ୍‌ ରାସ୍ତା ସମ୍ପୂର୍ଣ୍ଣ ନ କରି ବରାହଗୋଡ଼ା ସ୍ଥିତ ଟୋଲପ୍ଲାଜାରେ ରାସ୍ତା ନିର୍ମାଣକାରୀ ସଂସ୍ଥା ଅଶୋକା ବିଲ୍ଡକନ୍‌ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଥିଲା। ସେହିପରି ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇ ନ ଥିବା ଯୋଗୁ ପୂର୍ବରୁ ଅଞ୍ଚଳବାସୀଙ୍କ ଦାବିକ୍ରମେ ଜିଲାବାସୀଙ୍କ ଗାଡ଼ିରୁ ଟୋଲ ଅସୁଲି କରାଯାଉ ନ ଥିଲା। ମାତ୍ର ପରବର୍ତ୍ତୀ ସମୟରେ ବରଗଡ଼ ଜିଲାବାସୀଙ୍କଠାରୁ ଟୋଲ୍‌ ଅସୁଲି କରାଗଲା। ଏହାକୁ କେନ୍ଦ୍ର କରି ଗତ ୧୫ତାରିଖରୁ ଜିଲା ଓକିଲ ସଂଘ ଟୋଲ୍‌ ପ୍ଲାଜା କର୍ତ୍ତୃପକ୍ଷଙ୍କ ସେଭଳି ସ୍ବେଚ୍ଛାଚାରିତାର ଦୃଢ଼ ପ୍ରତିବାଦ କରିଥିଲା। ଫଳରେ ଟୋଲପ୍ଲାଜାରେ ଟୋଲ ଅସୁଲି ବନ୍ଦ ହୋଇ ଯାଇଥିଲା। ଏହି ଘଟଣାକୁ ନେଇ ଜିଲା ଓକିଲ ସଂଘ ସମ୍ମିଳନୀ କକ୍ଷରେ ସୋମବାର ସନ୍ଧ୍ୟାରେ ଦ୍ୱିପାକ୍ଷିକ ବୈଠକ ହୋଇଥିଲା ଏବଂ ଦାବିଗୁଡ଼ିକୁ ପୂରଣ ପାଇଁ ଟୋଲପ୍ଲାଜା କର୍ତ୍ତୃପକ୍ଷ ରାଜି ହୋଇଥିଲେ। ଜିଲା ଓକିଲ ସଂଘ ସଭାପତି ଚନ୍ଦ୍ରଧ୍ୱଜ ଜାଲ, ସମ୍ପାଦକ ହରିହର ପ୍ରଧାନଙ୍କ ସମେତ ଅନ୍ୟ ସଦସ୍ୟ ଏବଂ ଅଶୋକା ବିଲ୍ଡକନ ପକ୍ଷରୁ ବିଭାଗୀୟ ଯନ୍ତ୍ରୀ ଚନ୍ଦନ କୁମାର, ସୁବାଷ ବାରିକ, ଟାଉନ ଥାନା ଆଇଆଇସି ସତ୍ୟଜିତ କଣ୍ଡେଲକର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri