ଟୋଲଗେଟ୍‌ କର୍ମଚାରୀ-ପର୍ଯ୍ୟଟକ ଗଣ୍ଡଗୋଳ

ଆଠଗଡ଼,୨୪।୫(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଥାନା ମୁଣ୍ଡଳୀ ମହାନଦୀ ବ୍ରିଜ ଟୋଲ ଗେଟ୍‌ରେ କର୍ମଚାରୀଙ୍କ ସହ ୨ ବସ୍‌ ଚାଳକ ଓ ପର୍ଯ୍ୟଟକଙ୍କ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛତିଶଗଡ଼ର ୪ ଜଣ ମହିଳା ରହିଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କୁ ଗୁରୁତର ଅବସ୍ଥାରେ ଆଠଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ଯମୁନା କଶ୍ୟପ(୩୫)ଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି। ତାଙ୍କ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି। ଅପରପକ୍ଷେ ଆହତଙ୍କ ମଧ୍ୟରେ ୪ ଜଣ ଟୋଲ ଗେଟ୍‌ କର୍ମଚାରୀ ରହିଛନ୍ତି। ଉଭୟ ବସ୍‌ ଭଙ୍ଗାରୁଜା ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଆଠଗଡ଼ ପୋଲିସ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛି।
ପୋଲିସ ସୂଚନା ଅନୁଯାୟୀ, ଛତିଶଗଡ଼ର ମାଲଦା ଅଞ୍ଚଳରୁ ୨ଟି ବସ୍‌ରେ ୭୦ରୁ ଊର୍ଦ୍ଧ୍ୱ ମହିଳା, ପୁରୁଷ ଓ ଛୋଟ ପିଲା ପୁରୀରୁ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି ଫେରୁଥିଲେ। ମୁଣ୍ଡଳୀସ୍ଥିତ ଟୋଲ ଗେଟଠାରେ କର୍ମଚାରୀମାନେ ଉଭୟ ବସ୍‌ଠାରୁ ୧ହଜାର ଟଙ୍କା ଲେଖାଏ ଦାବି କରିଥିଲେ। ଏଥିପାଇଁ ବସ ଚାଳକଙ୍କ ସହ ସେମାନଙ୍କ ବଚସା ହୋଇଥିଲା। ଏହା ପରେ ଝଗଡାର ରୂପ ନେଇ ହାତାହାତି ପର୍ଯ୍ୟନ୍ତ ଯାଇଥିଲା। ଖବରପାଇ ଆଠଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri