ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ତ୍ରିପାକ୍ଷିକ ବୈଠକରେ ଉପଜିଲାପାଳ ଶୁଭେନ୍ଦ୍ର କୁମାର ସାମଲ ଅଶୋକା ବିଲ୍ଡକନ କର୍ତ୍ତୃପକ୍ଷଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଟୋଲଗେଟ୍‌ରେ ବେଆଇନ ଭାବେ ଟ୍ୟାକ୍ସ ଅସୁଲି କରାଯାଉଥିବା ନେଇ ହାଇୱେ ୟୁଜର୍ସ ଫୋରମ ଅଭିଯୋଗ କରି ଉକ୍ତ ଟୋଲଗେଟ୍‌କୁ ଉଠାଇବାକୁ ଦାବି କରିଥିଲା। ଗତ ୫ତାରିଖ ଏହି ଦାବି ନେଇ ଫୋରମ ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।

ସେହିପରି ଶୁକ୍ରବାର ଅନୁଷ୍ଠିତ ବୈଠକରେ ଫୋରମର ଅଧ୍ୟକ୍ଷ ଇଂ.ଦେବବ୍ରତ ମିଶ୍ର ଏହି ପ୍ରସଙ୍ଗ ଉଠାଇଥିଲେ। ଉକ୍ତ ବେଆଇନ ଟୋଲଗେଟ୍‌ ଉଠା ନ ଯିବା ପର୍ଯ୍ୟନ୍ତ ରାଜପଥରେ ରହିଥିବା ଟୋଲଗେଟ୍‌ରେ ଫୋରମ ନେତୃତ୍ୱରେ ଧାରଣା ଦିଆଯିବ ବୋଲି ସେ ରୋକଠୋକ ଶୁଣାଇ ଦେଇଥିଲେ। ପରେ ଉପଜିଲାପାଳ ସାମଲ ଆର୍‌ଡି ରାସ୍ତାରୁ ଟୋଲଗେଟ୍‌ ତୁରନ୍ତ ଉଠାଇବାକୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ମିଶ୍ର, ପୌର ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସନା, ଅନ୍ୟ ବିଭାଗୀୟ ଅଧିକାରୀ, ହାଇୱେ ୟୁଜର୍ସ ଫୋରମ୍‌ ଏବଂ ଅଶୋକା ବିଲ୍ଡକନର ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?