Posted inଜାତୀୟ

ହରସିମ୍‌ରତଙ୍କ ସ୍ଥାନରେ ତୋମାରଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୧୯।୯(ପି.ଟି.): କେନ୍ଦ୍ର ସରକାରଙ୍କ କୃଷି ନୀତିକୁ ବିରୋଧ କରି ମନ୍ତ୍ରିମଣ୍ଡଳରୁ ହରସିମ୍‌ରତ କୌର ବାଦଲ ଗୁରୁବାର ଇସ୍ତଫା ଦେବା ପରେ ନରେନ୍ଦ୍ର ସିଂ ତୋମାରଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଅପରପକ୍ଷରେ ହରସିମ୍‌ରତଙ୍କ ଇସ୍ତଫାପତ୍ରକୁ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗ୍ରହଣ କରିଛନ୍ତି। ଲୋକ ସଭାରେ ଉପସ୍ଥାପିତ ହୋଇଥିବା କୃଷି ସମ୍ପର୍କିତ ବିଲ୍‌କୁ ବିରୋଧ କରି ହରସିମ୍‌ରତ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଟୁଇଟର ମାଧ୍ୟମରେ ଜଣାଇଥିଲେ। ହରସିମ୍‌ରତ ଶିରୋମଣି ଅକାଳି ଦଳର ଏମ୍‌ପି ହୋଇଥିବାବେଳେ ଏନ୍‌ଡିଏ ସରକାରରେ ସେ ତାଙ୍କ ଦଳରୁ ଏକମାତ୍ର ମନ୍ତ୍ରୀ ଭାବେ ସାମିଲ ହୋଇଥିଲେ। ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ସେ କ୍ୟାବିନେଟ ମନ୍ତ୍ରୀଭାବେ କାର୍ଯ୍ୟ କରୁଥିଲେ। ମୋଦି ସରକାରଙ୍କ ସଂଶୋଧିତ କୃଷି ନୀତିକୁ ଦେଶର ସବୁସ୍ଥାନରେ ବିରୋଧ ହେଉଥିବାବେଳେ ପଞ୍ଜାବର ଚାଷୀମାନେ ଏବେ ରାଜରାସ୍ତାକୁ ଓହ୍ଲାଇଲେଣି। ତେଣୁ ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ହରସିମ୍‌ରତ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଥିଲେ। ମୋଦିଙ୍କ କୃଷୀ ନୀତି ଚାଷୀଙ୍କ ଅପେକ୍ଷା ଶିଳ୍ପପତିମାନେ ଅଧିକ ଫାଇଦା ପାଇବେ ବୋଲି ଅଭିଯୋଗ ହେଉଛି। ବିରୋଧୀମାନେ ଏହାକୁ କୃଷକ ଶୋଷଣ ନୀତି ବୋଲି ଅବିହିତ କରୁଛନ୍ତି। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କୃଷି ନୀତି ବିରୋଧରେ ବିରୋଧମାନଙ୍କ ବିବୃତ୍ତିକୁ କଡ଼ା ସମାଲୋଚନା କରିଛନ୍ତି। ମୋଦି କହିଛନ୍ତ, ଏହି କୃଷି ନୀତି ଦ୍ୱାରା କୌଣସି ଚାଷୀ ସେମାନଙ୍କ ଅଧିକାରରୁ ବଞ୍ଚତ୍ତ ହେବେ ନାହିଁ। ନୂତନ କୃଷି ନୀତି ବର୍ତ୍ତମାନ ସମୟର ଆହ୍ବାନ। ଏହାଦ୍ୱାରା କୃଷକର ମାନଦଣ୍ଡ ବୃଦ୍ଧି ହେବା ସହ ଦେଶର ଅର୍ଥନୀତିରେ ଚାଷୀର ଭାଗିଦାରୀ ବୃଦ୍ଧି ପାଇବ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri