ଟମାଟୋ କିଣାକୁ ନେଇ ଛୁରାମାଡ଼, ଦୁଇ ଗିରଫ

ଘସିପୁରା/ଆନନ୍ଦପୁର,୫ା୮(ନିରଞ୍ଜନ ସାହୁ/ସନ୍ତୋଷ ରାଉତ): ଘସିପୁରା ଥାନା ବାଲିପାଳ ହାଟ ପଡ଼ିଆରେ ଛୁରାମାଡ଼ ଘଟଣାକୁ ନେଇ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ନୀତିନ ନାୟକ ଓରଫ ଫୁକୁନ ଓ ହାତୀ ଓରଫ ହରେକୃଷ୍ଣ ନାୟକ। ଶୁକ୍ରବାର ବାଲିପାଳ ହାଟପଡ଼ିଆରେ ଟମାଟୋ କିଣାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିବା ଜଣାପଡ଼ିଛି। ଏହି ଘଟଣାରେ ଦିଲ୍ଲୀପ ମୁଖୀ ଗୁରୁତର ହୋଇଥିବା ବେଳେ ଅଭିଜିତ୍‌ ବିନ୍ଧାଣି ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।

ସୂଚନାନୁଯାୟୀ, ଦିଲ୍ଲୀପ ନିୟମିତ ହାଟପଡ଼ିଆକୁ ଝାଡୁକରିଥାନ୍ତି। ଏହା ବଦଳରେ ହାଟପାଳି ଦିନ ବ୍ୟବସାୟୀମାନେ ତାଙ୍କୁ ୫ ଟଙ୍କା ଲେଖାଏ ପାଉଣା ଦେବା ସହିତ କିଏ କେମିତି ପନିପରିବା ମଧ୍ୟ ଦେଇଥାନ୍ତି। ସେହିଦିନ ହାଟରୁ ଏକ ପରିବା ଦୋକାନରୁ କେହି ଜଣେ ୧ କିଲୋ ଟମାଟୋ ନେବା ଘଟଣାରେ ବ୍ୟବସାୟୀ ସନ୍ଦେହ କରି ଦିଲ୍ଲୀପଙ୍କୁ ପଇସା ମାଗିଥିଲେ। ଏପରିକି ଘଟଣାକୁ ନେଇ ବ୍ୟବସାୟୀ ଓ ଦିଲ୍ଲୀପଙ୍କ ମଧ୍ୟରେ ବଚସା ହୋଇଥିଲା। ବଚସାରୁ ବ୍ୟବସାୟୀ  ତାଙ୍କ ସହଯୋଗୀଙ୍କ ସହିତ ଛୁରିରେ ଝାଡୁଦାର ଦିଲ୍ଲୀପ ଓ ତାଙ୍କ ସହିତ ଥିବା ଅନ୍ୟଜଣଙ୍କୁ ଆକ୍ରମଣ କରିଥିଲେ। ଅଭିଯୋଗ ଆଧାରରେ ଘସିପୁରା ଥାନାରେ  ମାମଲା ରୁଜୁ ହୋଇଥିବା ଏବଂ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ବିବତ୍ସ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri