Posted inଜାତୀୟ

ଟମୋଟୋ ଫ୍ଲୁରେ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ

ଥିରୁଭାନ୍ତପୁରମ,୧୪।୫: କରୋନା ପରେ ଏବେ ଦେଶରେ ଆଉ ଏକ ରୋଗ ଟମାଟୋ ଫ୍ଲୁ ସମସ୍ତଙ୍କ ଚିନ୍ତା ବଢ଼ାଉଛି। କେରଳରେ ଏପର୍ଯ୍ୟନ୍ତ ୮୦ରୁ ଊର୍ଦ୍ଧ୍ୱ ଶିଶୁ ଆକ୍ରାନ୍ତ ହୋଇଛନ୍ତି। ଟମାଟୋ ଫ୍ଲୁରେ ଆକ୍ରାନ୍ତ ହୋଇଥିବା ଅଧିକାଂଶ ପିଲାଙ୍କର ବୟସ ୫ବର୍ଷରୁ କମ୍‌ ରହିଥିବା ନେଇ କେରଳର ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହ କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଏକ ବୟାନ ଜାରି କରି କହିଛନ୍ତି, ଏଭଳି ସମୟରେ ଅଧିକ ଯତ୍ନବାନ ହେବା ଉଚିତ। ଯେପରି ଏହି ରୋଗ ଅନ୍ୟ ପିଲାମାନଙ୍କ ନିକଟରେ ନ ବ୍ୟାପେ। କାରଣ ଏହା ଅତ୍ୟନ୍ତ ସଂକ୍ରାମକ ବୋଲି ସେ କହିଛନ୍ତି। ଏହି ଫ୍ଲୁ ଜଳ, ମଳ ଏବଂ ତରଳ ପଦାର୍ଥ ସହିତ ସିଧାସଳଖ ସମ୍ପର୍କରେ ଆସିଲେ ବ୍ୟାପିଥାଏ। ଅନ୍ୟପଟେ ଜେନେରାଲ ଫିଜିସିଆନ ଡକ୍ଟର ମନୀଷ ମୁନିନ୍ଦ୍ରାଙ୍କ ଅନୁଯାୟୀ, ଟମାଟୋ ଜ୍ୱର ଏକ ଭାଇରାଲ ସଂକ୍ରମଣ। ଏହା ପ୍ରାୟତ ୫ପାଞ୍ଚ ବର୍ଷରୁ କମ୍‌ ପିଲାମାନଙ୍କ ମଧ୍ୟରେ ଦେଖାଦେଇଥାଏ। ଏହି ଭାଇରାଲ ସଂକ୍ରମଣର ନାମ ଟମାଟୋ ଫ୍ଲୁ ରହିଛି। କାରଣ ଟମାଟୋ ଫ୍ଲୁରେ ସଂକ୍ରମିତ ହେଲେ ପିଲାମାନଙ୍କ ଶରୀରରେ ଟମାଟୋ ଭଳିି ଲାଲ ରଙ୍ଗର ଦାଗ ହୋଇଯାଇଥାଏ। ଏଥିଯୋଗୁ ସେମାନଙ୍କ ଚର୍ମରେ ପୋଡ଼ାଜଳା ଏବଂ କୁଣ୍ଡେଇ ହୋଇଥାଏ। ଏହି ରୋଗରେ ଆକ୍ରାନ୍ତ ହୋଇଥିବା ପିଲାମାନଙ୍କୁ ଅତ୍ୟଧିକ ଜ୍ୱର ହେବା ସହ ଡିହାଇଡ୍ରେସନ ସମସ୍ୟା ଏବଂ ଶରୀର ଓ ଗଣ୍ଠିରେ ଯନ୍ତ୍ରଣା ହୋଇଥାଏ ବୋଲି ଡାକ୍ତର ମନୀଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri