ଗ୍ରାମାଞ୍ଚଳରେ ଟମାଟୋ ଫ୍ଲୁ’

ସାଲେପୁର,୧୯।୫(ଡି.ଏନ୍‌.ଏ.): ସହରାଞ୍ଚଳ ପରେ ଏବେ ଗ୍ରାମାଞ୍ଚଳର ଶିଶୁମାନଙ୍କ ଠାରେ ଟମାଟୋ ଫ୍ଲୁ’ ରୋଗ ଦେଖିବାକୁ ମିଳୁଛି। ଗତ କିଛି ଦିନ ହେବ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିୟମିତ ୧୦ରୁ ଊର୍ଦ୍ଧ୍ୱ ଶିଶୁରୋଗୀ ଆସୁଛନ୍ତି। ବିଶେଷକରି ୫ବର୍ଷରୁ କମ୍‌ ବୟସର ଶିଶୁମାନଙ୍କ ଠାରେ ଏହି ରୋଗ ଅଧିକ ମାତ୍ରାରେ ଦେଖିବାକୁ ମିଳୁଛି। ଏହି ରୋଗ ହେବା ଦ୍ୱାରା ଶିଶୁର ହାତ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଲାଲ୍‌ ରଙ୍ଗର ଶୂନ ଫୋଟକା ହେବା ସହ ପାଟିରେ ଘା’ ହୋଇଯାଉଛି। ଏଥିପାଇଁ ଆବଶ୍ୟକ ଔଷଧ ବାହାରି ନ ଥିବାବେଳେ ସାଧାରଣ ଚିକିତ୍ସା ପ୍ରଣାଳୀରେ ଚିକିତ୍ସା କରାଯାଉଛି। ଏହା ଏକ ପ୍ରକାର ସଂକ୍ରମିତ ରୋଗ ବୋଲି ଡାକ୍ତର ଶରତ କୁମାର ମହାନ୍ତି ପ୍ରକାଶ କରିଛନ୍ତି। ଏହି ରୋଗ ହେଲେ ପ୍ରଥମେ ଶିଶୁର ପାଟି, ହାତ ଓ ଶରୀରର ବିଭିନ୍ନ ସ୍ଥାନରେ ଶୂନ ଫୋଟକା ପରି ଫଳିଯିବା ସହ ଶରୀରରେ ଜ୍ୱର ରହୁଛି। ଶିଶୁଗୁଡ଼ିକ ଦୁର୍ବଳ ହୋଇପଡୁଛନ୍ତି। ଏହା ସଂକ୍ରାମକ ରୋଗ ହୋଇଥିବାରୁ ସଂକ୍ରମିତ ଶିଶୁଙ୍କ ଠାରୁ ଅନ୍ୟମାନଙ୍କୁ ଦୂରେଇ ରଖିବା ଆବଶ୍ୟକ। ଏହା ସାଧାରଣଭାବେ ୫ରୁ ୭ଦିନ ମଧ୍ୟରେ ଭଲ ହୋଇଯାଇଥାଏ। ଯେଉଁ ଶିଶୁଠାରେ ରୋଗ ପ୍ରତିରୋଧକ ଶକ୍ତି ଅଧିକ ତା’ଠାରେ ଏହି ରୋଗ ଦେଖାଯାଇ ନ ଥାଏ ବୋଲି ଡାକ୍ତର ମହାନ୍ତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri