ପ୍ରତିଦିନ ହସ୍ପିଟାଲ ଆସୁଛନ୍ତି ଟମାଟୋ ଫ୍ଲୁ ସନ୍ଦିଗ୍ଧ

ଭୁବନେଶ୍ୱର, ୨୨।୫(ବ୍ୟୁରୋ): କରୋନା ଭୟ ନ ଯାଉଣୁ ଏବେ ଦେଶରେ ଆଉ ଏକ ସଂକ୍ରାମକ ରୋଗ ‘ଟମାଟୋ ଫ୍ଲୁ’କୁ ନେଇ ଭୟ ଘାରିଛି। ଏହା ସାଧାରଣତଃ ଶିଶୁଙ୍କଠାରେ ଦେଖିବାକୁ ମିଳୁଛି। ତେବେ ରାଜ୍ୟରେ ଏ ଯାଏ ଟମାଟୋ ଫ୍ଲୁ ରୋଗୀ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ବିଭିନ୍ନ ହସ୍ପିଟାଲକୁ ସନ୍ଦିଗ୍ଧ ରୋଗୀ ଚିକିତ୍ସା ପାଇଁ ଆସୁଥିବା ସୂଚନା ମିଳିଛି। ହେଲେ ଏଥିରେ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ଗତ ପ୍ରାୟ ୧୫ ଦିନ ହେଲାଣି ଦିନକୁ ୫ରୁ ୬ଜଣ ଟମାଟୋ ଫ୍ଲୁ ସନ୍ଦିଗ୍ଧ ରୋଗୀ ଆସୁଛନ୍ତି ବୋଲି ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ଆସୁଛନ୍ତି ପ୍ରାୟତଃ ଛୋଟ ପିଲା। ସେମାନଙ୍କ ପାଟିରେ ଚିହ୍ନ ରହିବା ସହିତ ପୂରା ଶରୀର କୁଣ୍ଡେଇ ହେଉଛି। ସାଧାରଣ ଚିକିତ୍ସା ପରେ ୨ ରୁ ୪ଦିନ ଭିତରେ ସେମାନେ ଭଲ ହୋଇଯାଉଛନ୍ତି। ତେବେ ପ୍ରତିଦିନ ସନ୍ଦେହ ହେଉଥିବା କିଛି ନମୁନା ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)କୁ ପରୀକ୍ଷା ପାଇଁ ପଠାଯାଉଛି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ଅଛି ଓ ଭୟଭୀତ ହେବାର ଆବଶ୍ୟକ ନାହିଁ ବୋଲି ଡା. ସାହୁ ପରାମର୍ଶ ଦେଇଛନ୍ତ। ସେହିଭଳି ଭୁବନେଶ୍ୱର ଏମ୍‌ସକୁ ମଧ୍ୟ ପ୍ରତିଦିନ ୪ରୁ ୫ ଜଣ ସନ୍ଦିଗ୍ଧ ଟମାଟୋ ଫ୍ଲୁ ରୋଗୀ ଆସୁଛନ୍ତି। ପ୍ରାୟ ୨ ସପ୍ତାହ ହେବ ଏଭଳି ଲକ୍ଷଣ ଥିବା ରୋଗୀ ଆସୁଥିବା ଏମ୍‌ସ ଆଡିଶନାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ପ୍ରଭାସ ରଞ୍ଜନ ତ୍ରିପାଠୀ କହିଛନ୍ତି।
ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, କେରଳରେ ଏବେ ସୁଦ୍ଧା ଟମାଟୋ ଫ୍ଲୁର ୮୨ କେସ୍‌ ଚିହ୍ନଟ ହୋଇଛି। ତେବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାକୁ କୌଣସି ଆଡ୍‌ଭାଇଜରି ଆସିନାହିଁ କିମ୍ବା ସର୍ଭେଲାନ୍ସ କରିବାକୁ ଆଲର୍ଟ ଜାରି କରାଯାଇ ନାହିଁ। ଡାକ୍ତର ଓ ବିଶେଷଜ୍ଞଙ୍କ ସହ ଆଲୋଚନା କରାଯାଇଛି। ସେମାନଙ୍କ ମତ, ଟମାଟୋ ଫ୍ଲୁ ଏକ ଭାଇରାଲ ରୋଗ। ଏହା ଗ୍ରୀଷ୍ମ ଦିନରେ ହିଁ ହୁଏ। ଏହାର ଲକ୍ଷଣ-ପିଲା ଖାଇବେ ନାହିଁ, ବାନ୍ତି ହେବ, ଦେହ ଯାକ ଫଳିିଯିବ, ନାଲି ପଡ଼ିଯିବ ଏବଂ ଜ୍ୱର ହେବ। ଓଡ଼ିଶାରେ କେତେ କେସ୍‌ ଏଭଳି ଅଛି ଜାଣିବା ପାଇଁ ମେଡିକାଲ କଲେଜଗୁଡ଼ିକୁ ରିପୋର୍ଟ ମଗାଯାଇଥିଲା। ଆର୍‌ଏମ୍‌ଆର୍‌ସି ଏହି ଭୂତାଣୁର ଚିହ୍ନଟ ସହ ନମୁନା ସଂଗ୍ରହ କରି ପଠାଇବେ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri