ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର ପରିଡା କୁହନ୍ତି, ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କାରଣରୁ ଟମାଟୋ ଗଛଗୁଡ଼ିକ ଭୁରୁଙ୍ଗା ମାରିଯିବା ଫଳରେ ଫଳ ଧରୁନାହିଁ। କେନାଲ ପାଣି ନ ଆସିବାରୁ ଗାଡିଆ, ପୋଖରୀ ସବୁ ଶୁଖିଲା ପଡ଼ିଛି। ଚାଷୀମାନେ ଟମାଟୋ ଫସଲରେ ପାଣି ମଡ଼ାଇ ପାରୁନାହାନ୍ତି। ଫଳରେ ଗଛଗୁଡ଼ିକ ମରିଯିବାକୁ ବସିଥିବା ବେଳେ ଶନିବାରଠାରୁ ମୌସୁମୀ ପ୍ରଭାବରେ ଝିପିଝିପି ବର୍ଷା ହେଉଛି। ମାତ୍ର ଟମାଟୋ ଫସଲ ଉଜୁଡ଼ି ଯାଉଥିବାରୁ ଦର ବଢ଼ିଛି ବୋଲି ସେ କହୁଛନ୍ତି। ସେହିପରି ଧୋୟାଞ୍ଚଳ ଚାଷୀ ପ୍ରଫୁଲ୍ଲ ପ୍ରଧାନ କୁହନ୍ତି, ଧୋୟାଞ୍ଚଳରେ ପ୍ରାୟ ଚାଷୀ ଟମାଟୋ ଚାଷ କରିଥାନ୍ତି। ଏକର ଏକର ଜମିରେ ଟମାଟୋ ଫଳେ। କିନ୍ତୁ ଏବର୍ଷ ଚିତ୍ର ଭିନ୍ନ। ଟମାଟୋ ଗଛ ଲାଗିଲା। ଗଛ ହୃଷ୍ଟପୁଷ୍ଟ ହୋଇ ବଢିଲା, କିନ୍ତୁ ଟମାଟୋ ଫଳିଲାନି। ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଯୋଗୁ ଫଳ ଧରି ନ ଥିବା କ୍ଷେତକୁ ଦେଖି ଟମାଟୋ ଚାଷୀ ଚିନ୍ତାରେ ପଡିଛନ୍ତି। ଧାର କରଜ କରି ଚାଷ କରିଥିବାବେଳେ ପରିବାର ପ୍ରତିପୋଷଣ ଓ ଋଣ ଟଙ୍କା ଶୁଝିବାକୁ ନେଇ ଚିନ୍ତାରେ ପଡିଛନ୍ତି। ଏଠାକାର ଟମାଟୋ ଆଖପାଖ ଅଞ୍ଚଳରେ ବିକ୍ରି ସହ କଟକ ଓ ଯାଜପୁର ପରି ମାର୍କେଟକୁ ସୁଲଭ ଦରରେ ଯୋଗାଇ ଦିଆଯାଏ। ଆଗକୁ ଯଦି ପ୍ରଶାସନ ପକ୍ଷରୁ ଚାଷୀକୁ ରିହାତି ଦରରେ ସାର ଓ ବିହନ ସହ ଆର୍ଥତ୍କ ସହାୟତା ଯୋଗାଇ ଦିଆଯିବ ତେବେ ଚାଷୀକୁଳ ଉପକୃତ ହେବେ। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶୀତଳଭଣ୍ଡାର ନ ଥିବାରୁ ଟମାଟୋକୁ ସଂରକ୍ଷଣ କରାଯାଇ ପାରୁ ନାହିଁ ବୋଲି ସ୍ଥାନୀୟ ବ୍ୟବସାୟୀମାନେ କହିଛନ୍ତି। ଟମାଟୋ ଆମଦାନୀ କମ୍‌ ହେଉଥିବାରୁ ଏହା ଲୋକଙ୍କ ଚାହିଦା ପୂରଣ କରିବାରେ ସକ୍ଷମ ହେଉନାହିଁ। ଏହି ସୁଯୋଗରେ ପାଇକାରୀ ବିକ୍ରେତାମାନେ ଦର ବଢ଼ାଇ ଚାଲିଛନ୍ତି ବୋଲି ବହୁ ଗ୍ରାହକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri