ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ବିଲାତି ଟ୍ରକ

ବାରିପଦା,୧୬।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନ ୧୮ନଂ ଜାତୀୟ ରାଜପଥର ଶଙ୍କୁଚା ନିକଟରେ ବୁଧବାର ଭୋରୁ ଏକ ବିଲାତି ବୋଝେଇ ଟ୍ରକ ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି । ରାସ୍ତା ଡିଭାଇଡରରେ ବାଡେଇ ହୋଇଥିବାରୁ ଟ୍ରକଟି ଜଳିଯାଇଥିବା ବେଳେ ଅଳ୍ପକେ ଡ୍ରାଇଭର ଓ ହେଲପର ବର୍ତ୍ତି ଯାଇଛନ୍ତି । ଏହି ଟ୍ରକ୍‌ଟି ବାରିପଦା ପଟୁ ଆସୁଥିଲା। ସୂଚନାଯୋଗ୍ୟ, ଟ୍ରକଟି ରାଞ୍ଚି ଅଭିମୁଖେ ଯାଉଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲା। ନିଆଁ ଲାଗିବା ଖବରପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଝାରପୋଖରିଆ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri