ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ କଟକଣା ଓ ଜାଲ ସାର୍ଟିଫିକେଟ ଆଡମିଶନ ପ୍ରସଙ୍ଗକୁ ବିରୋଧ କରି ଶନିବାର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛି।

ପୂର୍ବାହ୍ନରେ ଛାତ୍ର କଂଗ୍ରେସର ସଦସ୍ୟମାନେ ଏକ ଶୋଭାଯାତ୍ରାରେ ଆସି ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନ ଘେରାଉ କରିଥିଲେ। ଏହି ସମୟରେ ସେମାନେ ମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଥିଲେ। ଏପରିକି ସେମାନେ ଜୋର ଜବରଦସ୍ତ ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ତେବେ ଉପସ୍ଥିତ ପୋଲିସ କର୍ମଚାରୀମାନେ ସେମାନଙ୍କୁ ଅଟକାଇଥିଲେ।
ବିକ୍ଷୋଭକାରୀଙ୍କ ଅଭିଯୋଗ ଅନୁସାରେ, ସରକାରୀ ବିଶ୍ୱବିଦ୍ୟାଳୟ ଗୁଡିକରେ ସେଲ୍ଫ ଫାଇନାନ୍ସ କୋର୍ସ ଉପରେ କଟକଣା ଲଗାଇବା ଦ୍ୱାରା ଗରିବ ଓ ମେଧାବୀ ଛାତ୍ରୀଛାତ୍ର ପ୍ରଫେଶନାଲ କୋର୍ସରୁ ବାଦ ପଡ଼ିଛନ୍ତି। ଏଥିସହିତ ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ସେହି କୋର୍ସଗୁଡ଼ିକ ପାଇଁ ଅଧିକ ଫି’ ପାଇ ଲାଭବାନ ହେବେ। ଏସବୁ ଦେଖିଲେ ମନ୍ତ୍ରୀ ଅରୁଣ ସାହୁ ନୈତିକତା ଦୃଷ୍ଟିରୁ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ରଜତ ଚୌଧୁରୀ କହିଛନ୍ତି।

ଅରୁଣ ମନ୍ତ୍ରୀ ହେବା ଦିନଠୁ କିଛି ନା କିଛି କେଳେଙ୍କାରୀ କରି ଚାଲିଛନ୍ତି। ସବୁ କଲେଜରେ ଜାଲ ସାର୍ଟିଫିକେଟ୍‌ରେ ଆଡ୍‌ମିଶନ ହେଉଛି। ଏଥିପାଇଁ ମେଧାବୀ ଛାତ୍ରୀଛାତ୍ରମାନେ କଲେଜରେ ନାମ ଲେଖାଇ ପାରୁ ନାହାନ୍ତି। ଯେଉଁମାନେ କମ ମାର୍କ ରଖିଛନ୍ତି, ସେମାନେ ଜାଲ ସାର୍ଟିଫିକେଟ ଦେଇ ଆଡ୍‌ମିଶନ କରୁଛନ୍ତି। ଅପରପକ୍ଷେ ଗରିବ ପିଲାମାନେ ସରକାରୀ ବିଶ୍ୱବିଦ୍ୟାଳୟଗୁଡିକରେ ସେଲ୍ଫ ଫାଇନାନ୍ସ କୋର୍ସ କରୁଥିଲେ। ହେଲେ ଅରୁଣ ସାହୁ ଓ ତାଙ୍କ ସଚିବଙ୍କ ମଧୁଚନ୍ଦ୍ରିକାରେ ଏହାକୁ ବନ୍ଦ କରି ଦିଆଯାଇଛି। ଯଦି ଅରୁଣ ସାହୁ ମନ୍ତ୍ରୀ ପଦରୁ ଇସ୍ତଫା ନ ଦିଅନ୍ତି, ତା’ହେଲେ ଆଗକୁ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ରଜତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri