ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ କଟକଣା ଓ ଜାଲ ସାର୍ଟିଫିକେଟ ଆଡମିଶନ ପ୍ରସଙ୍ଗକୁ ବିରୋଧ କରି ଶନିବାର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛି।

ପୂର୍ବାହ୍ନରେ ଛାତ୍ର କଂଗ୍ରେସର ସଦସ୍ୟମାନେ ଏକ ଶୋଭାଯାତ୍ରାରେ ଆସି ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନ ଘେରାଉ କରିଥିଲେ। ଏହି ସମୟରେ ସେମାନେ ମନ୍ତ୍ରୀଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଥିଲେ। ଏପରିକି ସେମାନେ ଜୋର ଜବରଦସ୍ତ ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ତେବେ ଉପସ୍ଥିତ ପୋଲିସ କର୍ମଚାରୀମାନେ ସେମାନଙ୍କୁ ଅଟକାଇଥିଲେ।
ବିକ୍ଷୋଭକାରୀଙ୍କ ଅଭିଯୋଗ ଅନୁସାରେ, ସରକାରୀ ବିଶ୍ୱବିଦ୍ୟାଳୟ ଗୁଡିକରେ ସେଲ୍ଫ ଫାଇନାନ୍ସ କୋର୍ସ ଉପରେ କଟକଣା ଲଗାଇବା ଦ୍ୱାରା ଗରିବ ଓ ମେଧାବୀ ଛାତ୍ରୀଛାତ୍ର ପ୍ରଫେଶନାଲ କୋର୍ସରୁ ବାଦ ପଡ଼ିଛନ୍ତି। ଏଥିସହିତ ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ସେହି କୋର୍ସଗୁଡ଼ିକ ପାଇଁ ଅଧିକ ଫି’ ପାଇ ଲାଭବାନ ହେବେ। ଏସବୁ ଦେଖିଲେ ମନ୍ତ୍ରୀ ଅରୁଣ ସାହୁ ନୈତିକତା ଦୃଷ୍ଟିରୁ ତାଙ୍କ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ରଜତ ଚୌଧୁରୀ କହିଛନ୍ତି।

ଅରୁଣ ମନ୍ତ୍ରୀ ହେବା ଦିନଠୁ କିଛି ନା କିଛି କେଳେଙ୍କାରୀ କରି ଚାଲିଛନ୍ତି। ସବୁ କଲେଜରେ ଜାଲ ସାର୍ଟିଫିକେଟ୍‌ରେ ଆଡ୍‌ମିଶନ ହେଉଛି। ଏଥିପାଇଁ ମେଧାବୀ ଛାତ୍ରୀଛାତ୍ରମାନେ କଲେଜରେ ନାମ ଲେଖାଇ ପାରୁ ନାହାନ୍ତି। ଯେଉଁମାନେ କମ ମାର୍କ ରଖିଛନ୍ତି, ସେମାନେ ଜାଲ ସାର୍ଟିଫିକେଟ ଦେଇ ଆଡ୍‌ମିଶନ କରୁଛନ୍ତି। ଅପରପକ୍ଷେ ଗରିବ ପିଲାମାନେ ସରକାରୀ ବିଶ୍ୱବିଦ୍ୟାଳୟଗୁଡିକରେ ସେଲ୍ଫ ଫାଇନାନ୍ସ କୋର୍ସ କରୁଥିଲେ। ହେଲେ ଅରୁଣ ସାହୁ ଓ ତାଙ୍କ ସଚିବଙ୍କ ମଧୁଚନ୍ଦ୍ରିକାରେ ଏହାକୁ ବନ୍ଦ କରି ଦିଆଯାଇଛି। ଯଦି ଅରୁଣ ସାହୁ ମନ୍ତ୍ରୀ ପଦରୁ ଇସ୍ତଫା ନ ଦିଅନ୍ତି, ତା’ହେଲେ ଆଗକୁ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ରଜତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri