ରାତି ପାହିଲେ ନୂଆଁଖାଇ: ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ଭବାନୀପାଟଣା, ୨୭।୮(ଉତ୍ତମ କୁମାର ଦାସ): ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ କଳାହାଣ୍ଡି ଜିଲାର ପୁରପଲ୍ଲୀ ଚଳଚଞ୍ଚଳ ହୋଇ ଉଠିଛି। କୃଷି ଭିତ୍ତିକ ପର୍ବ ନୂଆଁଖାଇ ପ୍ରକୃତିର କୋଳରେ ଯେବେ ପ୍ରଥମଥର ପାଇଁ ଧାନ ଅମଳ ହୁଏ ତାହା ବଦଳରେ ମଣିଷ ପ୍ରକୃତିକୁ, ଗ୍ରାମଦେବୀ ତଥା ଇଷ୍ଟଦେବୀଙ୍କୁ କୃତଜ୍ଞତା ଜଣାଇଥାଏ। ପ୍ରଥମ ଅମଳ ଧାନକୁ ଭଗବାନଙ୍କ ପାଖରେ ଅର୍ପଣ କରିଥାଏ। ପ୍ରସାଦ ସ୍ବରୂପ ପରିବାର ସାଙ୍ଗରେ ମିଶି ସେହି ନୂଆ ଚାଉଳକୁ ନବାନ୍ନ ଭାବରେ ଭକ୍ଷଣ କରିଥାଏ । ଏହାକୁ ହିଁ ନୂଆଁଖାଇ କୁହାଯାଏ। ଗୁରୁବାର ସକାଳ ୯ଟା ୪୮ ମିନିଟରୁ ୧୦ ଟା ୩ ମଧ୍ୟରେ ନବାନ୍ନ ଭକ୍ଷଣ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି । ଏହି ସମୟରେ ସମଗ୍ର କଳାହାଣ୍ଡିବାସୀ ନୂଆଁ ଖାଇବେ । ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି। ଏହି ପର୍ବ କୃଷି ସହ ଜଡିତ ଥିବାରୁ ଚାଷୀ ମଧ୍ୟ ବେଶ ଉତ୍ସାହିତ।

ପିଲାଠୁ ବୟସ୍କ ସମସ୍ତେ ନୂଆ ପୋଷାକ କିଣିବାରେ ଲାଗିଛନ୍ତି। ଏଥିପାଇଁ ଦୋକାନ ବଜାର ସମେତ ରାସ୍ତାରେ ପ୍ରବଳ ଭିଡ ଦେଖିବାକୁ ମିଳିଛି। କପଡା ଦେକାନରେ ଭଲ ବ୍ୟବସାୟ ହେଉଥିବା ପ୍ରକାଶ କରିଛନ୍ତି ବ୍ୟବସାୟୀ । ଜିଲାର ବିଭିନ୍ନ ହାଟ ବଜାରରୁ ପନିପରିବା ସହ ନୂଆଁଖାଇରେ ବ୍ୟବହୃତ ନୂଆ ଧାନ, ଚୁଡା ଲୋକେ କିଣୁଛନ୍ତି। ନୂଆଁଖାଇ ଉପଲକ୍ଷେ ଜୁନାଗଡ଼ ସାପ୍ତାହିକ ବଜାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା।ବର୍ଷକୁ ଥରେ କଳାହାଣ୍ଡିବାସୀ ଏହି ଦିନକୁ ଅନାଇ ବସିଥାନ୍ତି। ଯିଏ ଯେଉଁଠି ବି ଥାଆନ୍ତି ଏହି ଦିନରେ ଆସି ପରିବାର ସହ ବସି ଏକାଠି ନୂଆଁ ଖାଇଥାନ୍ତି। ତେଣୁ ଏହାକୁ ଭାଇଚାରାର ପର୍ବ ମଧ୍ୟ କୁହାଯାଏ। ଏହାରି ଭିତରେ ନୂଆଁଖାଇକୁ ସ୍ବାଗତ କରିବା ପାଇଁ ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗାୟକ ନିଲାଞ୍ଚଳ ପାନ ଓ ତାଙ୍କ ସାଥି ନୂଆଁଖାଇ ଗୀତ ପରିବେଷଣ କରି ଏହି ପର୍ବକୁ ଆହୁରି ସ୍ମରଣୀୟ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri