କାଲି ଚନ୍ଦ୍ର ଗ୍ରହଣ: ଭାରତକୁ ହେବନି ଦୃଶ୍ୟମାନ…

ନୂଆଦିଲ୍ଲୀ,୪।୫ : ୨୦୨୩ର ପ୍ରଥମ ଚନ୍ଦ୍ରଗ୍ରହଣ ୫ ମେ‘ ଶୁକ୍ରବାର ଦିନ ବୈଶାଖ ପୂର୍ଣ୍ଣିମାରେ ଘଟିବ। ଏହା ଏକ ଉପଛାୟା ଚନ୍ଦ୍ରଗ୍ରହଣ । ଚଳିତ ବର୍ଷ ଦୁଇଟି ଚନ୍ଦ୍ରଗ୍ରହଣ ହେବ। ଗୋଟିଏ ମେ’ ୫ ଏବଂ ଦ୍ୱିତୀୟ ତଥା ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅକ୍ଟୋବରରେ ହେବ। ଦୁଇଟି ଚନ୍ଦ୍ରଗ୍ରହଣ ବ୍ୟତୀତ ଆଉ ଗୋଟିଏ ସୂର୍ଯ୍ୟ ପରାଗ ମଧ୍ୟ ହେବ। ପ୍ରଥମ ସୂର୍ଯ୍ୟ ପରାଗ ୨୦ ଏପ୍ରିଲରେ ହୋଇଥିଲା। ଯାହା ଏକ ହାଇବ୍ରିଡ ସୂର୍ଯ୍ୟ ପରାଗ ଥିଲା। \୨୦୨୩ ର ଶେଷ ସୂର୍ଯ୍ୟ ପରାଗ ୧୪ ଅକ୍ଟୋବରରେ ଘଟିବ ।

ମେ’ ୫ ରେ, ଉପଛାୟା ଚନ୍ଦ୍ରଗ୍ରହଣ ରାତି ୮ଟା ୪୪ ରୁ ଆରମ୍ଭ ହୋଇ ମେ’ ୬ ତାରିଖ ଗୋଟାଏ ୧ ରେ ଶେଷ ହେବ। ଚନ୍ଦ୍ରଗ୍ରହଣର ସମୁଦାୟ ଅବଧି ୪ ଘଣ୍ଟା ୧୮ ମିନିଟ ହେବ। ଏହି ମହାଜାଗତିକ ଦୃଶ୍ୟ ଭାରତକୁ ଦୃଶ୍ୟମାନ ହେବ ନାହିଁ। ୟୁରୋପ, ଆଫ୍ରିକା, ଅଷ୍ଟ୍ରେଲିଆ, ଏସିଆ, ପ୍ରଶାନ୍ତ ମହାସାଗରୀୟ, ଆଟଲାଣ୍ଟିକ ଏବଂ ଭାରତ ମହାସାଗରୀୟ ଅଞ୍ଚଳରେ ଏହା ଦୃଶ୍ୟମାନ ହେବ।

ସଧାରଣତଃ ତିନୋଟି ପ୍ରକାରର ଚନ୍ଦ୍ରଗ୍ରହଣ ଘଟିଥାଏ। ସେଗୁଡିକ ହେଉଛି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ, ଆଂଶିକ ଚନ୍ଦ୍ରଗ୍ରହଣ ଏବଂ ଉପଛାୟା ଚନ୍ଦ୍ରଗ୍ରହଣ। ପୃଥିବୀ ଚନ୍ଦ୍ର ଏବଂ ସୂର୍ଯ୍ୟ ମଧ୍ୟରେ ଗତି କଲାବେଳେ ସୂର୍ଯ୍ୟଙ୍କ ଆଲୋକକୁ ଅନ୍ଧକାର କରି ଚନ୍ଦ୍ର ପୃଷ୍ଠରେ ଛାଇ ପଡ଼ିଲେ ଉପଛାୟା ଚନ୍ଦ୍ରଗ୍ରହଣ ଘଟିଥାଏ ।

ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଗ୍ରହଣର ବିଶେଷ ଗୁରୁତ୍ୱ ଦିଆଯାଇଛି। ଯାହାର ଶୁଭ ଏବଂ ଅଶୁଭ ପ୍ରଭାବ ୧୨ଟି ରାଶି ଉପରେ ଅନୁଭୁତ ହୋଇଥାଏ। ଏହି ଚନ୍ଦ୍ରଗ୍ରହଣ ତୁଳା ରାଶି ଏବଂ ସ୍ବାତୀ ନକ୍ଷତ୍ରରେ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri