ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’

ଭୁବନେଶ୍ୱର,୧୧।୬: ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’ ଅନୁଷ୍ଠିତ ହୋଇଥାନ୍ତା। ହେଲେ ସୂଚନା ମିଳିଛି କି, ଆସନ୍ତା କାଲିର ରୋଡ ଶୋ’କୁ ବାତିଲ କରାଯାଇଛି।

ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ ସମସ୍ତ ନୂଆ ବିଧାୟକ ଯିବେ। ଏହାପରେ ବୁଧବାର ଜନତା ମଇଦାନଠାରେ ଭାଜପାର ପ୍ରଥମ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବ। ତେବେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ।

ତେବେ ପ୍ରଧାନମନ୍ତ୍ରୀ ମୋଦି ଅପରାହ୍ନ ୪ଟାରେ ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଥିଲା। ଏହାପରେ ୪ଟା ୪୫ରେ ଜନତା ମଇଦାନଠାରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥା’ନ୍ତେ। ହେଲେ ମୋଦିଙ୍କ ରୋଡ ଶୋ’ କାର୍ଯ୍ୟସୂଚୀକୁ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?