ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୨୩ ଜୁଲାଇ ୨୧ରେ ଟୋନି ବ୍ଲେୟାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ଲୋବାଲ ଚେଞ୍ଜ (ଟିବିଆଇ) ସହିତ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ଓଡ଼ିଶାରେ ଏକ ସମନ୍ବିତ ଆର୍ଥିକ ଯୋଜନା ପ୍ରସ୍ତୁତ କରିବା ନେଇ ଉକ୍ତ ଅନୁଷ୍ଠାନ ବିନା ମୂଲ୍ୟରେ ବିଭିନ୍ନ ନୀତି ପ୍ରସ୍ତୁତ କରିବ। ମୁଖ୍ୟମନ୍ତ୍ରୀ ଟିବିଆଇର ପ୍ରାଥମିକ ପରାମର୍ଶକୁ ପ୍ରଶଂସା କରିବା ସହ ଏହା ରାଜ୍ୟରେ ଶିଳ୍ପର ବିକାଶ କ୍ଷେତ୍ରରେ ସହାୟକ ହେବ ବୋଲି କହିଛନ୍ତି। ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଟୋନି ବ୍ଲେୟାରଙ୍କୁ ଧନ୍ୟବାଦ ଦେଇଛନ୍ତି। ଟୋନି ବ୍ଲେୟାର ମଧ୍ୟ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହେଉଥିବା ବିକାଶର ଧାରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ରୂପାନ୍ତର ପାଇଁ କାର୍ଯ୍ୟକାରୀ ହେଉଥିବା ୫-ଟି ଅଭିନବ ପ୍ରୟାସକୁ ସେ ପ୍ରଶଂସା କରିଛନ୍ତି।
ଆସନ୍ତା ୨ ବର୍ଷ ପାଇଁ ଟିବିଆଇ ୪ ଜଣ ବିଶେଷଜ୍ଞ ଟିମ୍‌ଙ୍କୁ ବିନିଯୋଗ କରିବ। ଏହି ଟିମ୍‌ ଟିବିଆଇ ନେତୃତ୍ୱ ଅଧୀନରେ କାମ କରିବ। ଏହି ଟିମ୍‌ ଓଡ଼ିଶା ଟିମ୍‌ ସହ ମିଳିତ ଭାବେ କାର୍ଯ୍ୟ କରିବ। ଟୋନି ବ୍ଲେୟାର ୨୦୧୬ରେ ଲଣ୍ଡନଠାରେ ଟିବିଆଇ ପ୍ରତିଷ୍ଠା କରିଥିଲେ। ୪୪ଟି ଦେଶରେ ଏହା କାର୍ଯ୍ୟକ୍ଷମ ରହିଛି। ମାନବସମ୍ବଳର ବିନିଯୋଗ, ଶକ୍ତି, ବୈଦେଶିକ ନୀତି, ପୁଞ୍ଜିନିବେଶ, ଭିତ୍ତିଭୂମି, ଉତ୍ତମ ପ୍ରଶାସନ ଏବଂ ଜଳବାୟୁ ପରିବର୍ତ୍ତନ ଆଦି କ୍ଷେତ୍ରରେ ଏହା କାର୍ଯ୍ୟ କରୁଛି। ଓଡ଼ିଶାରେ ଏହି ଟିମ୍‌ ବିଭିନ୍ନ ଯୋଜନାର ରୋଡ୍‌ମ୍ୟାପ ପ୍ରସ୍ତୁତ କରିବା ସହ ଦକ୍ଷତା ବୃଦ୍ଧି, ଯୋଗାଯୋଗ କ୍ଷେତ୍ରରେ ସଂସ୍କାର, ଶିଳ୍ପକୁ ଗୁରୁତ୍ୱ, ବନ୍ଦରଭିତ୍ତିକ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri