ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର

ଭୁବନେଶ୍ୱର,୨୬ା୭(ଅନିଲ ଦାସ): ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ଓଡ଼ିଶାର ଆର୍ଥିକ ବିକାଶ ଓ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ୨୦୨୩ ଜୁଲାଇ ୨୧ରେ ଟୋନି ବ୍ଲେୟାର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ଲୋବାଲ ଚେଞ୍ଜ (ଟିବିଆଇ) ସହିତ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛନ୍ତି। ଓଡ଼ିଶାରେ ଏକ ସମନ୍ବିତ ଆର୍ଥିକ ଯୋଜନା ପ୍ରସ୍ତୁତ କରିବା ନେଇ ଉକ୍ତ ଅନୁଷ୍ଠାନ ବିନା ମୂଲ୍ୟରେ ବିଭିନ୍ନ ନୀତି ପ୍ରସ୍ତୁତ କରିବ। ମୁଖ୍ୟମନ୍ତ୍ରୀ ଟିବିଆଇର ପ୍ରାଥମିକ ପରାମର୍ଶକୁ ପ୍ରଶଂସା କରିବା ସହ ଏହା ରାଜ୍ୟରେ ଶିଳ୍ପର ବିକାଶ କ୍ଷେତ୍ରରେ ସହାୟକ ହେବ ବୋଲି କହିଛନ୍ତି। ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଟୋନି ବ୍ଲେୟାରଙ୍କୁ ଧନ୍ୟବାଦ ଦେଇଛନ୍ତି। ଟୋନି ବ୍ଲେୟାର ମଧ୍ୟ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ହେଉଥିବା ବିକାଶର ଧାରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ରୂପାନ୍ତର ପାଇଁ କାର୍ଯ୍ୟକାରୀ ହେଉଥିବା ୫-ଟି ଅଭିନବ ପ୍ରୟାସକୁ ସେ ପ୍ରଶଂସା କରିଛନ୍ତି।
ଆସନ୍ତା ୨ ବର୍ଷ ପାଇଁ ଟିବିଆଇ ୪ ଜଣ ବିଶେଷଜ୍ଞ ଟିମ୍‌ଙ୍କୁ ବିନିଯୋଗ କରିବ। ଏହି ଟିମ୍‌ ଟିବିଆଇ ନେତୃତ୍ୱ ଅଧୀନରେ କାମ କରିବ। ଏହି ଟିମ୍‌ ଓଡ଼ିଶା ଟିମ୍‌ ସହ ମିଳିତ ଭାବେ କାର୍ଯ୍ୟ କରିବ। ଟୋନି ବ୍ଲେୟାର ୨୦୧୬ରେ ଲଣ୍ଡନଠାରେ ଟିବିଆଇ ପ୍ରତିଷ୍ଠା କରିଥିଲେ। ୪୪ଟି ଦେଶରେ ଏହା କାର୍ଯ୍ୟକ୍ଷମ ରହିଛି। ମାନବସମ୍ବଳର ବିନିଯୋଗ, ଶକ୍ତି, ବୈଦେଶିକ ନୀତି, ପୁଞ୍ଜିନିବେଶ, ଭିତ୍ତିଭୂମି, ଉତ୍ତମ ପ୍ରଶାସନ ଏବଂ ଜଳବାୟୁ ପରିବର୍ତ୍ତନ ଆଦି କ୍ଷେତ୍ରରେ ଏହା କାର୍ଯ୍ୟ କରୁଛି। ଓଡ଼ିଶାରେ ଏହି ଟିମ୍‌ ବିଭିନ୍ନ ଯୋଜନାର ରୋଡ୍‌ମ୍ୟାପ ପ୍ରସ୍ତୁତ କରିବା ସହ ଦକ୍ଷତା ବୃଦ୍ଧି, ଯୋଗାଯୋଗ କ୍ଷେତ୍ରରେ ସଂସ୍କାର, ଶିଳ୍ପକୁ ଗୁରୁତ୍ୱ, ବନ୍ଦରଭିତ୍ତିକ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri