Posted inଖେଳ

ଆମଠାରୁ ଖୁବ୍‌ ଅଧିକ ଆଶା କରାଯାଉଥିଲା: ରିଜଓ୍ବାନ

ରାଓ୍ବଲପିଣ୍ଡି,୨୭ା୨: ବାଂଲାଦେଶ ଓ ଆୟୋଜକ ପାକିସ୍ତାନ ମଧ୍ୟରେ ଗୁରୁବାର ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ମ୍ୟାଚରେ ବର୍ଷା ବାଧକ ସାଜିଥିଲା। ଲଗାଣ ବର୍ଷା ଯୋଗୁ ମ୍ୟାଚରେ ଟସ୍‌ ମଧ୍ୟ ପଡ଼ିପାରି ନ ଥିଲା। ମ୍ୟାଚ ରେଫରୀ ଧାର୍ଯ୍ୟ ସମୟଠାରୁ ଦୁଇ ଘଣ୍ଟା ଅପେକ୍ଷା କରିବା ପରେ ମା୍ୟଚ୍‌କୁ ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲେ।

ଫଳରେ ଉଭୟ ଦଳକୁ ଗୋଟିଏ ଲେଖାଏ ପଏଣ୍ଟ ପ୍ରଦାନ କରାଯାଇଛି। ଏଥିଯୋଗୁ ଆୟୋଜକ ପାକିସ୍ତାନ ବିନା ବିଜୟରେ ଚାମ୍ପିୟନ୍ସ ଟ୍ରଫି ଅଭିଯାନ ଶେଷ କରିଛି। ଉଭୟ ଦଳ ପ୍ରଥମ ଦୁଇ ମ୍ୟାଚରେ ପରାଜିତ ହୋଇ ସେମିଫାଇନାଲ ଦୌଡ଼ରୁ ପୂର୍ବରୁ ବିଦାୟ ନେଇସାରିଥିଲେ। ଦୀର୍ଘ ୨୯ ବର୍ଷ ପରେ ଆଇସିସି ଟୁର୍ନାମେଣ୍ଟ ଆୟୋଜନ କରୁଥିବା ପାକିସ୍ତାନ ଭଲ ପ୍ରଦର୍ଶନ କରିବାକୁ ଆଶା ରଖିଥିଲା। କିନ୍ତୁ ଦଳ ବିନା ବିଜୟରେ ଅଭିଯାନ ଶେଷ କରିଛି। ପାକିସ୍ତାନ ତା’ର ପ୍ରଥମ ମ୍ୟାଚରେ ନ୍ୟୁଜିଲାଣ୍ଡଠାରୁ ୬୦ ରନ୍‌ରେ ଏବଂ ଦ୍ୱିତୀୟ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତଠାରୁ ୬ ଉଇକେଟରେ ପରାସ୍ତ ହୋଇଥିଲା।

ଆମେ ଆମର ଘରୋଇ ପ୍ରଶଂସକଙ୍କ ସମ୍ମୁଖରେ ଭଲ ପ୍ରଦର୍ଶନ କରିବାକୁ ଚାହୁଁଥିଲୁ। ଆମଠାରୁ ଖୁବ ଅଧିକ ଆଶା କରାଯାଉଥିଲା। ଆମେ ଭଲ ପ୍ରଦର୍ଶନ କରିପାରିଲୁ ନାହିଁ ଏବଂ ଏହା ଆମ ପାଇଁ ଦୁଃଖର ବିଷୟ। ତୁମେ ତୁମ ତ୍ରୁଟିରୁ ଶିଖି ପାରିବ। ଆମେ ଗତ କିଛି ମ୍ୟାଚରେ ଭୁଲ କରିଥିଲୁ। ଆଶା କରୁଛୁ, ସେଥିରୁ ଆମେ ଶିଖିବୁ ବୋଲି ପାକିସ୍ତାନ ଦଳର ଅଧିନାୟକ ମହମ୍ମଦ ରିଜଓ୍ବାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri