୧.୯ ଲକ୍ଷ ନେଲେ

ନୂଆଦିଲ୍ଲୀ, ୧୭।୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶରେ ବିଶ୍ୱର ସର୍ବବୃହତ୍‌ କୋଭିଡ୍‌ ଟିକାକରଣ ଅଭିଯାନ ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଜଣଙ୍କୁ ଟିକା ଦେବା ପାଇଁ ଧାର୍ଯ୍ୟ କରାଯାଇଥିବାବେଳେ ଅପରାହ୍ନ ୫ଟା ୩୦ ସୁଦ୍ଧା ୧,୯୧,୧୮୧ ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀ ଭାକ୍ସିନ୍‌ ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଦେଶର ୩,୩୫୧ଟି ସ୍ଥାନରେ ଟିକାଦାନ କରାଯାଇଥିଲା। ଭାରତରେ ପ୍ରସ୍ତୁତ ଟିକା କରୋନା ମହାମାରୀ ବିରୋଧରେ ନିର୍ଣ୍ଣାୟକ ବିଜୟ ହେବ ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଯେଉଁମାନଙ୍କ ପାଇଁ ଟିକା ସର୍ବାଧିକ ଆବଶ୍ୟକ ସେମାନେ ପ୍ରଥମେ ପାଇବେ ବୋଲି କହିଥିଲେ। ଦେଶ ପାଇଁ ଏହା ଏକ ଐତିହାସିକ ମୁହୂର୍ତ୍ତ। ଏହା ଆତ୍ମନିର୍ଭର ଭାରତର ପ୍ରାମାଣିକତା ବୋଲି ଭାଜପାର ଶୀର୍ଷ ନେତା ଓ କେନ୍ଦ୍ରମନ୍ତ୍ରୀମାନେ କହିଛନ୍ତି।
ଭିଡିଓ କନ୍‌ଫରେନ୍ସ ଜରିଆରେ ଟିକାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୋଦି କହିଥିଲେ, ଟିକାର ଦୁଇଟି ଡୋଜ୍‌ ଅତି ଗୁରୁତ୍ୱପୂର୍ଣ୍ଣ। ଟିକା ନେବା ସହ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ହେବ ବୋଲି ସେ କହିଥିଲେ। ମହାମାରୀ ସମୟରେ ଲୋକଙ୍କ ଦୁର୍ଦ୍ଦଶାକୁ ମନେ ପକାଇ ପ୍ରଧାନମନ୍ତ୍ରୀ ଭାବବିହ୍ବଳ ହୋଇପଡ଼ିଥିଲେ। କରୋନା ସଂକ୍ରମିତଙ୍କୁ ଅନ୍ୟମାନଙ୍କଠାରୁ ଅଲଗା ରଖିବାକୁ ପଡ଼ୁଥିଲା ଓ ମୃତକଙ୍କ ପାଇଁ ପାରମ୍ପରିକ ଶେଷକୃତ୍ୟ କରାଯାଇପାରୁ ନ ଥିଲା। ଅନେକ ଲୋକ ଲକ୍‌ଡାଉନ ବେଳେ ଘରକୁ ଫେରିପାରି ନ ଥିଲେ।ଭୂତାଣୁ ବିରୋଧରେ ଲଢ଼ି ଜୀବନ ଦେଇଥିବା ସ୍ବାସ୍ଥ୍ୟକର୍ମୀ ଓ ଆଗଧାଡ଼ିର କର୍ମଚାରୀମାନଙ୍କ କଥା କହିଲା ବେଳେ ପ୍ରଧାନମନ୍ତ୍ରୀଙ୍କ କଣ୍ଠ ବାଷ୍ପରୁଦ୍ଧ ହୋଇଯାଇଥିଲା। ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଥିବାରୁ ଟିକାକରଣ ବେଳେ ଧୈର୍ଯ୍ୟ ରଖିବାକୁ ସେ ଦେଶବାସୀଙ୍କୁ ଅନୁରୋଧ କରିଥିଲେ।
ସାଧାରଣତଃ ଟିକା ପ୍ରସ୍ତୁତି ଲାଗି ବର୍ଷ ବର୍ଷ ଲାଗିଯାଇଥାଏ। କିନ୍ତୁ ଖୁବ୍‌ କମ୍‌ ସମୟ ମଧ୍ୟରେ ଭାରତରେ ଦୁଇଟି ଟିକା ପ୍ରସ୍ତୁତ ହୋଇପାରିଛି ଓ ଅନ୍ୟ ଟିକା କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। କମ୍‌ ସମୟ ମଧ୍ୟରେ ଭାରତ ଦୁଇଟି ଟିକା ପାଇବା ଦେଶର ବୈଜ୍ଞାନିକମାନଙ୍କ ପ୍ରତିଭା ଓ ଦକ୍ଷତାର ପ୍ରମାଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଟିକା ଯଥେଷ୍ଟ ସୁରକ୍ଷିତ ବୋଲି ସୁନିଶ୍ଚିତ ହେବା ପରେ ଏହାକୁ ବ୍ୟବହାର ପାଇଁ ଅନୁମତି ଦିଆଯାଇଛି। ତେଣୁ ଜନସାଧାରଣ କୌଣସି ଅପପ୍ରଚାର ଓ ଗୁଜବରେ ପ୍ରଭାବିତ ନ ହେବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ।
ଟିକାକୁ ନେଇ ରହିଥିବା ଦୀର୍ଘଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତର ସିରମ୍‌ ଇନ୍‌ଷ୍ଟଚ୍ୟୁଟ୍‌ ପ୍ରସ୍ତୁତ କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ପ୍ରସ୍ତୁତ କୋଭାକ୍ସିନ୍‌ ଟିକାକୁ ବ୍ୟବହାରିକ ଅନୁମତି ମିଳିବା ପରେ ଶନିବାରଠାରୁ ଦେଶରେ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୩ କୋଟି ସ୍ବାସ୍ଥ୍ୟସେବା କର୍ମୀ ଓ ଆଗଧାଡ଼ିର କର୍ମଚାରୀଙ୍କୁ ଏହି ଟିକା ମାଗଣାରେ ଯୋଗାଇଦିଆଯିବ। ପରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ଏବଂ ଅଧିକ ବିପଦ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ଟିକାକରଣର ପ୍ରଥମ ଦିନରେ ପ୍ରାୟ ୩ ଲକ୍ଷ ଲୋକଙ୍କୁ ଟିକାର ପ୍ରଥମ ଡୋଜ୍‌ ଦିଆଯାଇଛି।
ଭାରତରେ କରୋନା ସଂକ୍ରମିତଙ୍କ ମୋଟ ସଂଖ୍ୟା ୧ କୋଟି ୫ ଲକ୍ଷ ୪୨ ହଜାର ୮୪୧ରେ ପହଞ୍ଚତ୍ଥିବାବେଳେ ସେମାନଙ୍କ ମଧ୍ୟରୁ ୧ କୋଟି ୧ ଲକ୍ଷ ୭୯ ହଜାର ୭୧୫ ଜଣ ସୁସ୍ଥ ହେଲେଣି। ମହାମାରୀ ଜନିତ ମୃତ୍ୟୁସଂଖ୍ୟା ୧,୫୨,୦୯୩ରେ ପହଞ୍ଚତ୍ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri