ନିଜେ ଶୃଙ୍ଖଳିତ ରହିବା ସହ ଅନ୍ୟକୁ ଶୃଙ୍ଖଳିତ କରିବା ପାଇଁ ନେଲେ ଶପଥ

ଭଞ୍ଜନଗର,୨୪ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ବୁଧବାର ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଶାସନିକ ଅଧିକାରୀ ବିଭାସ ଦାସ ସଭାରେ ଅଧ୍ୟକ୍ଷତା କରିଥିଲେ। ଶାଖା ୨ ଅଧିକାରିଣୀ ସସ୍ମିତା ଦାସ ସଭାକୁ ସଂଯୋଜନା କରିଥିଲେ। ପ୍ରାଧ୍ୟାପକ ପ୍ରଶାନ୍ତ ରଥ, ଅଧ୍ୟାପକ ରଜତ କୁମାର ମିଶ୍ର, ପୁର୍ବତନ ଯୋଜନା ଅଧିକାରୀ ସନାତନ ବେହେରା, ସହ ଯୋଜନା ଅଧିକାରୀ ବୁଦ୍ଧିବନ୍ତ ବରିହା ସାଧନବ୍ୟକ୍ତି ଭାବେ ଯୋଗଦେଇ ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ସଖା ୧ ଯୋଜନା ଅଧିକାରୀ ବି ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ର
ନିଜେ ଶୃଙ୍ଖଳିତ ରହିବା ସହ ଅନ୍ୟକୁ ଶୃଙ୍ଖଳିତ କରାଇବା ପାଇଁ ଶପଥ ନେଇଥିଲେ। ଶେଷରେ ଚାରାରୋପଣ ହୋଇଥିଲା।

ସୂଚନାଯୋଗ୍ୟ, ଶିକ୍ଷାରେ ସମାଜ ସେବାକୁ ଏକ ସ୍ବେଚ୍ଛାକୃତ କାର୍ଯ୍ୟ ଭାବେ ପ୍ରଚଳନ କରିବା ଲକ୍ଷ୍ୟ ନେଇ ୧୯୬୯ ସେପ୍ଟେମ୍ବର ୨୪ରେ ରାଷ୍ଟ୍ରୀୟ ସେବା ଯୋଜନାର ଶୁଭାରମ୍ଭ ହୋଇଥିଲା। ଗୋଷ୍ଠୀ ସେବା ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ବ୍ୟକ୍ତିତ୍ୱର ବିକାଶ ଲକ୍ଷ୍ୟ ନେଇ ଆରମ୍ଭ କରାଯାଇଥିବା ଏହି ଯୋଜନାର ଆଦର୍ଶ ହେଉଛି ‘ମୋ ପାଇଁ ନୁହେଁ, ଆପଣଙ୍କ ପାଇଁ’ । ଛାତ୍ରୀଛାତ୍ର ନିଜକୁ ବୁଝିବା ସହ ଗୋଷ୍ଠୀ ସହ ସେମାନଙ୍କ ସମ୍ପର୍କକୁ ଜାଣିବା, ସମସ୍ୟାକୁ ଚିହ୍ନଟ କରିବା ଓ ତା’ର ସମାଧାନ କରିବା, ନେତୃତ୍ୱ ଓ ଗଣତାନ୍ତ୍ରିକ ଚିନ୍ତାଧାରା ସୃଷ୍ଟି କରିବା, ଜାତୀୟ ସଂହତି ଓ ସାମାଜିକ ଏକତା ପାଇଁ କାର୍ଯ୍ୟ କରିବା ଯୋଜନାର ମୂଳ ଲକ୍ଷ୍ୟ । ତେଣୁ ପ୍ରତିବର୍ଷ ସେପ୍ଟେମ୍ବର ୨୪ ତାରିଖକୁ ଜାତୀୟ ସେବା ଯୋଜନା ଦିବସ ଭାବେ ପାଳନ କରାଯାଇଥାଏ। ଦେଶର ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଏହି ଯୋଜନାରେ ଅନ୍ତର୍ଭୁକ୍ତ। କେନ୍ଦ୍ର ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନରେ ଜାତୀୟ ସେବା ଯୋଜନା ପରିଚାଳିତ। ଜାତୀୟ ସେବା ଯୋଜନାର ଲକ୍ଷ୍ୟ ଗୁଡ଼ିକ ପୂରଣ କରିବା ପାଇଁ ୨ଟି କାର୍ଯ୍ୟକ୍ରମ ରହିଛି ଯଥା ନିୟମିତ କାର୍ଯ୍ୟକ୍ରମ ଏବଂ ସ୍ବତନ୍ତ୍ର ସେବା ଶିବିର। ଏହିଭଳି ଚଳିତ ବର୍ଷ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ପକ୍ଷରୁ ଚାରାରୋପଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି। ତେଣୁ ବର୍ତ୍ତମାନ ଚାରାରୋପଣ କାର୍ଯ୍ୟ କିଛି ମହାବିଦ୍ୟାଳୟରେ ସରିଛି। ଆଉ କିଛି ମହାବିଦ୍ୟାଳୟରେ ବର୍ତ୍ତମାନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?