ଛତ୍ରପୁର ଥାନାଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ସବ୍ୟସାଚୀ ମଲ୍ଲ, କହିଲେ ଅସାମାଜିକଙ୍କ ଉପରେ…

ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଥାନାରେ ନୂତନ ଥାନା ଅଧିକାରୀ ଭାବେ ବୁଧବାର ସବ୍ୟସାଚୀ ମଲ୍ଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନା ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ତାଙ୍କର ଛତ୍ରପୁର ଥାନାକୁ ବଦଳି ହୋଇଥିଲା। ମଲ୍ଲ ଆଜି ଛତ୍ରପୁର ଥାନା ଅଧିକାରୀ ଭାବେ ନିଜ ଦାୟିତ୍ୱ ଗ୍ରହଣ କରିବା ପରେ ଥାନାର ସମସ୍ତ କର୍ମଚାରୀ, ସହରର ବୁଦ୍ଧିଜୀବୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ। ଛତ୍ରପୁର ଥାନା ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ସ୍ବତନ୍ତ୍ର ଦୃଷ୍ଟି ସହ ଟ୍ରାଫିକ୍‌ ସମସ୍ୟାକୁ ଗୁରୁତ୍ୱ ଦେବେ। ଏହା ସହ ଅସାମାଜିକ ବ୍ୟକ୍ତିଙ୍କ ଉପରେ କଡ଼ା ନଜର ରଖାଯିବା ସହ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି ପାଳନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ନୂଆ ଥାନା ଅଧିକାରୀ। ଏହା ପୂର୍ବରୁ ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ଜିଲାର ବିଭିନ୍ନ ଥାନାରେ ମଲ୍ଲ ନିଜର କାର୍ଯ୍ୟ ସୂଚାରୁ ରୂପେ ତୁଲାଇଛନ୍ତି। ଏହା ସହିତ ସେ ଜଣେ ଦକ୍ଷ ଓ ଶ୍ରେଷ୍ଠ ଅଫିସର ଭାବେ ମଧ୍ୟ ସମ୍ମାନିତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri