ଟ୍ରେନ୍‌ରେ ବାଣ, ବିସ୍ଫୋରକ ନେଲେ ୩ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଦୀପାବଳି ପରିପ୍ରେକ୍ଷୀରେ ଟ୍ରେନ୍‌ ଯାତ୍ରୀ ଓ ସମ୍ପତ୍ତିର ସୁରକ୍ଷାକୁ ଗୁରୁତ୍ୱ ଦେଇଛି ପୂର୍ବତଟ ରେଳପଥ। ଟ୍ରେନ୍‌ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା କିମ୍ବା କୌଣସି ବିସ୍ଫୋରକ ଓ ବାଣ ପରିବହନକୁ ବାରଣ କରାଯାଇଛି। ଗ୍ୟାସ୍‌ ସିଲିଣ୍ଡର, ଏସିଡ୍‌, ପେଟ୍ରୋଲ୍‌, କିରୋସିନ ଆଦି ସାମଗ୍ରୀର ପରିବହନ ରେଳପଥ ଅଧିନିୟମ-୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯାଉଛି। ଏହାକୁ ଅମାନ୍ୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୩ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଦଣ୍ଡର ବ୍ୟବସ୍ଥା ରହିଥିବା ପୂର୍ବତଟ ରେଳପଥ ପକ୍ଷରୁ ଗୁରୁବାର ପ୍ରକାଶ ପାଇଛି। ଟ୍ରେନ୍‌ ଯାତ୍ରାକୁ ଅଧିକ ନିରାପଦ କରିବା ପାଇଁ ପୂର୍ବତଟ ରେଳପଥ ଯାତ୍ରୀଙ୍କୁ ସତର୍କ କରିବା ସହ ନିଜକୁ କିମ୍ବା ସହଯାତ୍ରୀଙ୍କୁ ଏସବୁ ସାମଗ୍ରୀ ପରିବହନ କରିବାକୁ ଦିଅନ୍ତୁ ନାହିଁ ବୋଲି ଅନୁରୋଧ କରିଛି। ଏଥିପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ପ୍ରକ୍ରିୟା ଆରମ୍ଭ କରାଯାଇଥିବାବେଳେ କଡ଼ା ପଦକ୍ଷେପ ପାଇଁ ସମସ୍ତ ୩ ମଣ୍ଡଳ ଯଥା ଖୋର୍ଦ୍ଧା ରୋଡ୍‌, ସମ୍ବଲପୁର ଓ ୱାଲ୍ଟିଅରକୁ ପରାମର୍ଶ ଦେଇଛି। ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଓ ସରକାରୀ ରେଳ ପୋଲିସ (ଜିଆର୍‌ପି)ଯାଞ୍ଚବେଳେ ବିସ୍ଫୋରକ କିମ୍ବା ଦହନଶୀଳ ସାମଗ୍ରୀ ପରିବହନ ହେଉଥିବା ଜାଣିବାକୁ ପାଇଲେ ତୁରନ୍ତ ଟିଟିଇ, କୋଚ୍‌ ଆଟେଣ୍ଡାଣ୍ଟ, ଷ୍ଟେଶନ ପରିଚାଳକ, ଗାର୍ଡଙ୍କୁ ସୂଚନା ଦେବାକୁ ଅନୁରୋଧ କରାଯାଇଛି। ସେହିଭଳି ଯାତ୍ରୀମାନେ ଟ୍ରେନ୍‌ ଚଳାଚଳ ସମ୍ବନ୍ଧୀୟ କୌଣସି ଘଟଣା ବିଷୟରେ ହେଲ୍ପଲାଇନ୍‌ ନଂ.୧୮୨ରେ ଜଣାଇବାକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri