ମହାନତା ଦେଖାଇଲେ ପ୍ରକୃତିପ୍ରେମୀ: ଚାରା ନେଲେ, ପୁରସ୍କାର ବାବଦକୁ ଦିଆଯାଇଥିବା ଚେକ୍‌ ଫେରାଇ ଦେଲେ

ବରଗଡ଼,୬ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବନଖଣ୍ଡ ବିଭାଗ ତଥା ଜିଲା ପ୍ରଶାସନ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ଏକ ହୋଟେଲସ୍ଥିତ ସମ୍ମିଳନୀ କକ୍ଷଠାରେ ଜିଲାସ୍ତରୀୟ ବଶ୍ୱେ ପରିବେଶ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୯ଜଣଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରଦାନ କରାଯାଇଥିଲା। ପୁରସ୍କାର ବାବଦକୁ ସେମାନଙ୍କୁ ମାନପତ୍ର, ୧୦ହଜାର ଟଙ୍କାର ଚେକ୍‌ ଏବଂ ଗୋଟିଏ ଲେଖାଏ ଚାରା ପ୍ରଦାନ କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲା ସୋହେଲା ବ୍ଲକ କନଗାଁ ଗ୍ରାମର ପ୍ରକୃତିପ୍ରେମୀ ରାମଚନ୍ଦ୍ର ସାହୁ ୧୦ହଜାର ଟଙ୍କାର ଚେକ୍‌ ନେବାକୁ ମନା କରି ତାହା ଫେରାଇ ଦେଇଥିଲେ। କେବଳ ଚାରା ଏବଂ ମାନପତ୍ର ନେଇଥିଲେ। ଅତିଥିମାନେ ଚେକ ନେବା ପାଇଁ କହିବା ସତ୍ତ୍ବେ ସେ ଚେକ୍‌ ନେଇ ନ ଥିଲେ ଏବଂ ସେ ରୋପଣ କରିଥିବା ବୃକ୍ଷ ହିଁ ତାଙ୍କ ସମ୍ପତ୍ତି ବୋଲି ରାମଚନ୍ଦ୍ର କହିଥିଲେ। ରାମଚନ୍ଦ୍ର ଜଣେ ଅବସରପ୍ରାପ୍ତ ଶିକ୍ଷକ ହୋଇ ଥିବାବେଳେ ସ୍ତ୍ରୀ ପାର୍ବତୀଙ୍କ ସହିତ ଗାଁ ରାସ୍ତା ପାଶର୍‌ବରେ ବହୁସଂଖ୍ୟକ ବର, ଅଶ୍ବତ୍ଥ ବୃକ୍ଷ ରୋପଣ କରିଛନ୍ତି। ତାଙ୍କର ଝିଅ, ପୁଅ ନ ଥିବାବେଳେ ଏହି ଦମ୍ପତି ସେମାନେ ରୋପଣ କରିଥିବା ବୃକ୍ଷର ଯତ୍ନ ନେଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri