ଦାନ୍ତ ଭାଙ୍ଗିଯିବାରୁ ହେଉଛି ଖାଇବା ସମସ୍ୟା, ୨ ଶିଶୁ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି…

ଗୁଆହାଟି,୨୯।୯: ଆସାମରେ ଦୁଇ ଶିଶୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମାଙ୍କୁ ଚିଠି ଲେଖ ନିଜର ସମସ୍ୟା ଜଣାଇଛନ୍ତି। ଏବେ ଏହି ଚିଠି ଦୁଇଟି ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୬ ବର୍ଷ ବୟସ୍କା ରାଓ୍ବଜା ଅହମ୍ମଦ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଚିଠି ଲେଖିଥିବାବେଳେ ୫ ବର୍ଷ ବୟସ୍କ ଆର୍ୟନ ଅହମ୍ମଦ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଚିଠି ଲେଖିଛନ୍ତି।

ଗୋଟିଏ ପରିବାରର ଏହି ଶିଶୁ ଦୁହେଁ ସେମାନଙ୍କର ଦାନ୍ତ ଭାଙ୍ଗି ଯାଇଥିବାରୁ ଖାଇବାରେ ଅସୁବିଧା ହେଉଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

ଭଉଣୀ ରାଓ୍ବଜା ଏବଂ ସାନ ଭାଇ ଆର୍ୟନ ସେମାନଙ୍କର ଦାନ୍ତ କାହିଁକି ଶୀଘ୍ର ଉଠୁନାହିଁ ସେ ନେଇ ଚିଠରେ ପ୍ରଶ୍ନ କରିବା ସହିତ ଏଥିରେ ଡ୍ରଇଁ ମଧ୍ୟ କରିଛନ୍ତି।

ଆର୍ୟନ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, ପ୍ରିୟ ମୋଦିଜୀ, ମୋର ୩ଟି ଦାନ୍ତ ନାହିଁ। ଦୟାକରି ଶୀଘ୍ର ଉପଯୁକ୍ତ ପଦକ୍ଷେପ ଗ୍ରହଣ କରନ୍ତୁ। ମୁଁ ମୋର ପସନ୍ଦର ଖାଦ୍ୟ ଖାଇପାରୁ ନାହିଁ। ସେହିପରି ରାଓ୍ବଜା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲେଖଛନ୍ତି, ପ୍ୟାରେ ହେମନ୍ତ ମାମା, ମୋର ଦାନ୍ତ ନାହିଁ। ଦୟାକରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ। ଚିଠି ଦୁଇଟିକୁ ମୁକ୍ତାର ଅହମ୍ମଦଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରେ ସେପ୍ଟେମ୍ବର ୨୫ରେ ପୋଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri