ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦନ୍ତାହାତୀ ମୃତ

ସୋନପୁର/ବିନିକା,୧୨।୪(ନି.ପ୍ର./ଡି.ଏନ.ଏ.): ସୁବର୍ଣ୍ଣପୁର ବନଖଣ୍ଡ ବିନିକା ରେଞ୍ଜ ବାରଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ସକାଳେ ଏକ ଦନ୍ତାହାତୀର ମୃତଦେହ ଜବତ ହୋଇଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ବାର୍‌ହା ଶିକାର ପାଇଁ ଶିକାରୀମାନେ ପାର୍ଶ୍ୱରେ ଯାଇଥିବା ବିଦ୍ୟୁତ୍‌ ତାରରୁ ହୁକ ପକାଇ ଜଙ୍ଗଲରେ ବିଛାଇଥିଲେ। ହାତୀ ଏହି ତାର ସଂସ୍ପର୍ଶରେ ଆସିଯାଇଥିଲା। ମୃତ ହାତୀର ବୟସ ପ୍ରାୟ ୧୫ ବର୍ଷ ହେବ। ଖବରପାଇ ସୁବର୍ଣ୍ଣପୁର ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା, ସହକାରୀ ବନସଂରକ୍ଷକ ପ୍ରଫୁଲ୍ଲ କୁମାର ଧରୁଆ ଓ ବିନିକା ବନକ୍ଷେତ୍ରାଧିକାରୀ ଡମ୍ବରୁଧର ପଧାନ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଅଢେଇ ଫୁଟ ଲମ୍ବର ହାତୀର ଦାନ୍ତକୁ କାଟି ବାହାର କରାଯାଇଛି। ଏ ସମ୍ପର୍କରେ ବିନିକା ବନବିଭାଗ ପକ୍ଷରୁ ଏକ ମାମଲା(୧/୨୩) ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ବନବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ବିନିକା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ନୃସିଂହ ଚରଣ ସାହୁ, ବିନିକା ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର କମଲ ପଧାନ ଓ ରାମପୁର ପ୍ରାଣୀ ଚିକିତ୍ସକ ଡାକ୍ତର ଆଲୋକ କୁମାର ସାହୁ ହାତୀର ଶବ ବ୍ୟବଚ୍ଛେଦ କରିଥିଲେ। ପରେ ଗାତ ଖୋଳି ଜଙ୍ଗଲରେ ହାତୀକୁ ପୋତି ଦିଆଯାଇଛି ।
ସୋମବାର ରାତିରେ ଉକ୍ତ ହାତୀ ଦଳରୁ ଅଲଗା ହୋଇଯାଇଥିଲା। ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରୁ ହାତୀ ଅଙ୍ଗନଦୀ ଅତିକ୍ରମ କରି ସୁବର୍ଣ୍ଣପୁର ଜିଲା ବାରଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲକୁ ଚାଲି ଆସିଥିଲା। ବଲାଙ୍ଗୀର କି ସୁବର୍ଣ୍ଣପୁର ଜିଲାର ବନବିଭାଗ କର୍ମଚାରୀ ଏହା ଜାଣି ପାରି ନ ଥିଲେ। ହାତୀଙ୍କ ଗତିବିଧି ଅନୁଧ୍ୟାନ ପାଇଁ ଏଲିଫ୍ୟାଣ୍ଟ ଟ୍ରାକିଂ ସ୍କ୍ବାଡ ରହିଛନ୍ତି । ମାତ୍ର ସେମାନେ ହାତୀର ଗତିବିଧି ଜାଣି ନ ପାରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ବନ ବିଭାଗ ହାତୀ ଚଳପ୍ରଚଳ ସମ୍ପର୍କରେ ବିଦ୍ୟୁତ୍‌ ବିଭାଗକୁ ଅବଗତ କରି ନ ଥିଲା। ସମ୍ପୃକ୍ତ ଅଞ୍ଚଳରେ ସୋମବାର ରାତିରେ ବିଦ୍ୟୁତ୍‌ କାଟ୍‌ ହୋଇ ନ ଥିଲା। ଫଳରେ ହାତୀର ମୃତ୍ୟୁ ହେଲା ବୋଲି ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri