ପୃଥିବୀର ୧୦ ଧନୀ ସହର: ତାଲିକାରେ ଆମେରିକାର ୪-ଚାଇନାର ୨, ଭାରତର ଶୂନ…

ଓ୍ବାଶିଂଟନ,୧୯।୪ : ନିବେଶ ସ୍ଥାନାନ୍ତରଣ ସଂସ୍ଥା ହେନଲି ଆଣ୍ଡ ପାର୍ଟନର୍ସଙ୍କ ଏକ ରିପୋର୍ଟରେ ପୃଥିବୀର ସବୁଠାରୁ ଧନୀ ସହରଗୁଡିକର ଏକ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପ୍ରଥମ ୧୦ ଧନୀ ସହୀ ମଧ୍ୟରେ ଆମେରିକାର ୪ ଏବଂ ଚାଇନାର ୨ ସହର ରହିଛି। ତେବେ ତାଲିକାରେ ଭାରତର କୌଣସି ସହର ସ୍ଥାନ ପାଇ ନାହିଁ। ତାଲିକା ଅନୁଯାୟୀ, ଆମେରିକାର ନ୍ୟୁୟର୍କ ସିଟି ହେଉଛି ୫୮ ବିଲିୟନେୟାରଙ୍କ ସହ ବିଶ୍ୱର ସବୁଠାରୁ ଧନୀ ସହର। ତା’ପରେ ଜାପାନର ରାଜଧାନୀ ଟୋକିଓ ଏବଂ ଆମେରିକାର କାଲିଫର୍ନିଆ ସହର ସାନ ଫ୍ରାନ୍ସିସ୍କୋ ବେ ଏରିଆ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛି।

୧ ମିଲିୟନ ଡଲାରରୁ ଅଧିକ ପୁଞ୍ଜି ବିନିଯୋଗ ଯୋଗ୍ୟ ସମ୍ପତ୍ତି ସହିତ ହାଇ-ନେଟ-ୱର୍ଥ ବ୍ୟକ୍ତିବିଶେଷଙ୍କର ବିଶ୍ଳେଷଣ କରାଯାଇ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ତାଲିକାରେ, ଦୁନିଆର ୧୦ଟି ଧନୀ ସହର ମଧ୍ୟରୁ ୪ ଟି ଆମେରିକାରେ ଅଛି । ସେ ସବୂ ସହର ମଧ୍ୟରେ ନ୍ୟୁୟର୍କ ସିଟି, ବାଇ ଏରିଆ, ଲସ ଆଞ୍ଜେଲସ ଏବଂ ସିକାଗୋ ରହିଛି। ଚାଇନାର ଦୁଇଟି ସହର ବେଜିଂ ଏବଂ ସାଂଘାଇ ମଧ୍ୟ ଶ୍ରେଷ୍ଠ ୧୦ରେ ଅନ୍ତର୍ଭୁକ୍ତ। ବ୍ରିଟେନର ରାଜଧାନୀ ଲଣ୍ଡନ ଏହି ତାଲିକାରେ ଚତୁର୍ଥ ସ୍ଥାନରେ ରହିଛି। ସିଙ୍ଗାପୁର ବିଶ୍ୱର ସବୁଠାରୁ ଧନୀ ସହର ତାଲିକାରେ ୫ମ ସ୍ଥାନରେ ଥିବାବେଳେ ଅଷ୍ଟ୍ରେଲୀୟ ସହର ସିଡନୀ ଦଶମ ସ୍ଥାନରେ ରହିଛି।

ଭାରତର ମୁମ୍ବାଇ ଏହି ତାଲିକାରେ ଆଗୁଆ ରହିଛି। ମୁମ୍ବାଇରେ ୨୯ ବିଲିୟନେୟାର ଅଛନ୍ତି। ଏହା ୨୧ତମ ସ୍ଥାନରେ ରହିଛି। ଦିଲ୍ଲୀରେ ୧୬ ବିଲିୟନେୟାର, ୮ କୋଟିପତି ବେଙ୍ଗାଲୁରୁରେ ,କୋଲକାତାରେ ୭ ଏବଂ ହାଇଦ୍ରାବାଦରେ ୫ ଏହି ତାଲିକାରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ଏସବୁ ସହରର ସ୍ଥାନ ତାଲିକାରେ ଯଥାକ୍ରମେ ୩୬,୬୦, ୬୩ ଏବଂ ୬୫ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri