୫ ଟପ୍‌ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୮।୮(ଡି.ଏନ୍‌.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍‌ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ, ସୁନ୍ଦର ପାଦାମୀ, ମୋଟି ମାଣ୍ଡବୀ ଓ ସୀତାରାମ ରେଡ୍ଡି।
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତଓ୍ବୋଡା ଜିଲାରେ ୪ ଜଣ ଟପ୍‌ କ୍ୟାଡର ମାଓବାଦୀ ବୁଦୁରା , ମନକି, ସୁନ୍ଦର ଓ ମୋଟି ଏସ୍‌ପି ଅଭିଷେକ ପଲ୍ଲବଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ରେ ପୋଲିସ ପକ୍ଷରୁ ଚାଲିଥିବା ‘ଘରକୁ ଫେରିଆସ’ ଅଭିଯାନରେ ପୂର୍ବରୁ ଅନେକ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ଏବେ ଏହି ଅଭିଯାନରେ ୪ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡିଛି। ବୁଦୁରା ଏରିଆ କମିଟି ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପାଇଁ ଛତିଶଗଡ଼ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ତାଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। ମନକି ସିଏନ୍‌ଏମ୍‌ର ଅଧ୍ୟକ୍ଷ ରୂପେ କାର୍ଯ୍ୟ କରୁଥିଲେ। ତାଙ୍କ ପାଇଁ ସରକାର ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ମନକି, ସୁନ୍ଦର ଓ ମୋଟିଙ୍କ ନାମରେ ବିଭିନ୍ନ ଥାନାରେ ବହୁ ମାମଲା ରହିଛି।
ସେହିପରି ସ୍ବାଭିମାନ ଅଞ୍ଚଳର ମାଓବାଦୀ ନେତା ସୀତାରାମ ରେଡ୍ଡି ଓରଫ ଶିବାନ୍ନା ତେଲଙ୍ଗାନାର ଖମାମ ଏସ୍‌ପିଙ୍କ ନିକଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର କୋତାଗୁଡେମ ଜିଲାରେ। ୩୮ ବର୍ଷ ଧରି ସେ ମାଓବାଦୀ ସଙ୍ଗଠନରେ ଜଣେ ପ୍ରମୁଖ ମାଓବାଦୀ ନେତା ଭାବେ କାର୍ଯ୍ୟ କରୁଥିଲେ। ସେ ସଙ୍ଗଠନରେ କାର୍ଯ୍ୟ କରୁଥିବା ବେଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିବା ବେଳେ ତାଙ୍କର ଗୋଟିଏ ହାତ ହରାଇଥିଲେ। ପରେ ବିଶାଖାପାଟଣା ପୋଲିସ ସୀତାରାମଙ୍କୁ ଗିରଫକରି ଜେଲ ପଠାଇଥିଲା। କିଛି ବର୍ଷ ପରେ ଜେଲରୁ ମୁକୁଳି ପୁଣି ଥରେ ସେ ମାଓବାଦୀ ସଙ୍ଗଠନରେ ଯୋଗଦେଇ ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ରହି ଆସୁଥିଲେ। ମାତ୍ର ସ୍ବାଭିମାନ ଅଞ୍ଚଳରେ ଏକାଧିକ ବିଏସ୍‌ଏଫ୍‌ କ୍ୟାମ୍ପ ସ୍ଥାପନ ହେବା ପରେ ସୀତାରାମ ଆଉ ସେଠାରେ ରହିବା କଷ୍ଟକର ହୋଇପଡ଼ିଲା। ଫଳରେ ସେ ଖମାମ ଆସି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସୀତାରାମଙ୍କ ନାମରେ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ସମସ୍ତଙ୍କୁ ସରକାରୀ ନିୟମ ଅନୁଯାୟୀ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଉଭୟ ଜିଲା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri