୫ ଟପ୍‌ କ୍ୟାଡର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୨୮।୮(ଡି.ଏନ୍‌.ଏ.): ଶୁକ୍ରବାର ଛତିଶଗଡ଼ ଓ ତେଲଙ୍ଗାନା ରାଜ୍ୟରେ ୫ ଟପ୍‌ କ୍ୟାଡର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ବୁଦୁରା ସୋଡି, ମନକି ଆଲାମୀ, ସୁନ୍ଦର ପାଦାମୀ, ମୋଟି ମାଣ୍ଡବୀ ଓ ସୀତାରାମ ରେଡ୍ଡି।
ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦନ୍ତଓ୍ବୋଡା ଜିଲାରେ ୪ ଜଣ ଟପ୍‌ କ୍ୟାଡର ମାଓବାଦୀ ବୁଦୁରା , ମନକି, ସୁନ୍ଦର ଓ ମୋଟି ଏସ୍‌ପି ଅଭିଷେକ ପଲ୍ଲବଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ରେ ପୋଲିସ ପକ୍ଷରୁ ଚାଲିଥିବା ‘ଘରକୁ ଫେରିଆସ’ ଅଭିଯାନରେ ପୂର୍ବରୁ ଅନେକ ମାଓବାଦୀ ଆତ୍ମସମର୍ପଣ କରିଥିବା ବେଳେ ଏବେ ଏହି ଅଭିଯାନରେ ୪ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡିଛି। ବୁଦୁରା ଏରିଆ କମିଟି ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ପାଇଁ ଛତିଶଗଡ଼ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ତାଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଛି। ମନକି ସିଏନ୍‌ଏମ୍‌ର ଅଧ୍ୟକ୍ଷ ରୂପେ କାର୍ଯ୍ୟ କରୁଥିଲେ। ତାଙ୍କ ପାଇଁ ସରକାର ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ମନକି, ସୁନ୍ଦର ଓ ମୋଟିଙ୍କ ନାମରେ ବିଭିନ୍ନ ଥାନାରେ ବହୁ ମାମଲା ରହିଛି।
ସେହିପରି ସ୍ବାଭିମାନ ଅଞ୍ଚଳର ମାଓବାଦୀ ନେତା ସୀତାରାମ ରେଡ୍ଡି ଓରଫ ଶିବାନ୍ନା ତେଲଙ୍ଗାନାର ଖମାମ ଏସ୍‌ପିଙ୍କ ନିକଟରେ ଶୁକ୍ରବାର ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଘର କୋତାଗୁଡେମ ଜିଲାରେ। ୩୮ ବର୍ଷ ଧରି ସେ ମାଓବାଦୀ ସଙ୍ଗଠନରେ ଜଣେ ପ୍ରମୁଖ ମାଓବାଦୀ ନେତା ଭାବେ କାର୍ଯ୍ୟ କରୁଥିଲେ। ସେ ସଙ୍ଗଠନରେ କାର୍ଯ୍ୟ କରୁଥିବା ବେଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିବା ବେଳେ ତାଙ୍କର ଗୋଟିଏ ହାତ ହରାଇଥିଲେ। ପରେ ବିଶାଖାପାଟଣା ପୋଲିସ ସୀତାରାମଙ୍କୁ ଗିରଫକରି ଜେଲ ପଠାଇଥିଲା। କିଛି ବର୍ଷ ପରେ ଜେଲରୁ ମୁକୁଳି ପୁଣି ଥରେ ସେ ମାଓବାଦୀ ସଙ୍ଗଠନରେ ଯୋଗଦେଇ ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ରହି ଆସୁଥିଲେ। ମାତ୍ର ସ୍ବାଭିମାନ ଅଞ୍ଚଳରେ ଏକାଧିକ ବିଏସ୍‌ଏଫ୍‌ କ୍ୟାମ୍ପ ସ୍ଥାପନ ହେବା ପରେ ସୀତାରାମ ଆଉ ସେଠାରେ ରହିବା କଷ୍ଟକର ହୋଇପଡ଼ିଲା। ଫଳରେ ସେ ଖମାମ ଆସି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସୀତାରାମଙ୍କ ନାମରେ ସରକାର ୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ସମସ୍ତଙ୍କୁ ସରକାରୀ ନିୟମ ଅନୁଯାୟୀ ସମସ୍ତ ସହାୟତା ପ୍ରଦାନ କରାଯିବ ବୋଲି ଉଭୟ ଜିଲା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri