Top 5 Cyclone In Odisha: ଓଡ଼ିଶାବାସୀଙ୍କୁ ଥରାଇ ଦେଇଥିଲା ଏହି ୫ ବାତ୍ୟା,ଆଜି ବି ମନେପଡ଼େ ସେହି କରାଳ ରୂପ…

ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ। ଫଳରେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାର ପ୍ରଭାବରେ ବାରମ୍ବାର କ୍ଷତିଗ୍ରସ୍ତ ହୋଇଛି। ଓଡ଼ିଶା ଇତିହାସରେ ଅନେକ ବାତ୍ୟା ଭୟଙ୍କର କ୍ଷୟକ୍ଷତି ଘଟାଇଛି। ଓଡ଼ିଶାକୁ ପ୍ରଭାବିତ କରିଥିବା ଟପ-୫ ବାତ୍ୟା ଆଜି ଆଲୋଚନା କରିବା।

Children walk through the flooded ruins of Bhadrak, Orissa after the 1971 Cyclone (1971) : r/Odisha

୧. ୧୯୭୧ ଓଡ଼ିଶା ବାତ୍ୟା
ଓଡ଼ିଶା ପାଇଁ ଏକ ବିଧ୍ୱଂସକ ଥିଲା ୧୯୭୧ ଅକ୍ଟୋବର ୩୦ର ବାତ୍ୟା। ଏଥିରେ ବହୁ ଧନଜୀବନ ହାନି ହୋଇଥିଲା। ପ୍ରାୟ ୧୦,୦୦୦ ଲୋକଙ୍କ ମୃତ୍ୟୁ ଘଟିବା ସହ ୧୦ ଲକ୍ଷ ଲୋକ ବାସଚ୍ୟୁତ ହୋଇଯାଇଥିଲେ। ଲକ୍ଷାଧିକ ଘର ଧ୍ୱଂସ, ଚାଷଜମି ଓ ମତ୍ସ୍ୟଜୀବୀ ଅଞ୍ଚଳ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା।

Miracles do happen': Man presumed dead in 1999 super cyclone reunites with family after 23 years — The Kashmir Monitor

୨.୧୯୯୯ ଓଡ଼ିଶା ମହାବାତ୍ୟା
ଅକ୍ଟୋବର ୨୯, ୧୯୯୯, ଓଡ଼ିଶାବାସୀ ଏହି ତାରିଖକୁ ଆଦୌ ଭୁଲିପାରିବେ ନାହିଁ। ଏହି ମହାବାତ୍ୟା କଥା ଆଜି ବି ମନେ ପଡ଼ିଲେ ଦେହ ଶୀତେଇ ଯାଏ। ୨୫ ଅକ୍ଟୋବର ୧୯୯୯ ଆଣ୍ଡାମାନ ସମୁଦ୍ରରେ ଦାନା ବାନ୍ଧିଥିଲା ମହାବାତ୍ୟା। ସ୍ଥଳଭାଗ ଛୁଇଁବା ଆଗରୁ ଆରମ୍ଭ ହୋଇ ଯାଇଥିଲା ତୁହାକୁ ତୁହା ବର୍ଷା। ସ୍ଥଳଭାଗ ଛୁଇଁବା ପରେ ଆରମ୍ଭ ହୋଇଯାଇଥିଲା ମହାବାତ୍ୟାର ତାଣ୍ଡବ। ଘଣ୍ଟାକୁ ୨୬୦ କିଲୋମିଟର ପର୍ଯ୍ୟନ୍ତ ବହୁଥିଲା ପବନ। ତା’ ସାଙ୍ଗକୁ ଜୁଆର ବି ମାଡ଼ି ଆସିଥିଲା। ସରକାରୀ ଭାବେ ୧୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଥିବାବେଳେ ପ୍ରକୃତ ସଂଖ୍ୟା ତା ଠାରୁ ଅଧିକ ଥିଲା। ଲକ୍ଷ ଲକ୍ଷ ଲୋକ ବାସହରା ହୋଇ ରିଲିଫ କ୍ୟାମ୍ପରେ ରହିଥିଲେ । ବିଭିନ୍ନ ପ୍ରକାର ଫସଲ ସହ ପ୍ରାୟ ୪.୪୪ ବିଲିୟନ ଡଲାର କ୍ଷୟକ୍ଷତି ଆକଳନ କରାଯାଇଥିଲା।

Cyclone Hudhud - Wikipedia

୩.୨୦୧୪ ହୁଡ଼ହୁଡ଼ ବାତ୍ୟା
୨୦୧୪ ଅକ୍ଟୋବରରେ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିଲା ହୁଡ଼ହୁଡ଼ । ଅକ୍ଟୋବର ୮ ତାରିଖରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବାତ୍ୟାର ରୂପ ନେଇଥିଲା । ତେବେ ୧୨ ତାରିଖରେ ହୁଡ଼ହୁଡ଼ ସ୍ଥଳଭାଗକୁ ଛୁଇଁଥିଲେ ମଧ୍ୟ ହୁଡ଼ହୁଡ଼ ଦାଉରୁ ରକ୍ଷା ପାଇଯାଇଥିଲା ଓଡ଼ିଶା। କାରଣ ବିଶାଖାପାଟଣାରେ ସ୍ଥଳ ଭାଗ ଛୁଇଁଥିଲା ହୁଡ଼ହୁଡ଼। ସେହିପରି ବଙ୍ଗୋପସାଗରେ ୨୦୦୯ ଆଇଲା ମଧ୍ୟ କିଛି କମ ନଥିଲା। କିନ୍ତୁ ଓଡ଼ିଶା ଉପରେ ତାହାର ପ୍ରଭାବ ସେତେଟା ପଡ଼ିନଥିଲା। ତେବେ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିଲା । ୩୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହେବା ସହିତ ବ୍ୟାପକ କ୍ଷୟକ୍ଷତି ହୋଇଥିଲା।

Cyclone Titli: Eastern India battered by deadly storm

୪. ୨୦୧୮ ବାତ୍ୟା ତିତ୍‌ଲି
୨୦୧୮ ମସିହା ଅକ୍ଟୋବର ୧୧ରେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶାର ଉପକୂଳ ଅତିକ୍ରମ କରି ଅତି ଭୟଙ୍କର ସାଇକ୍ଲୋନିକ ଝଡ ଭାବରେ ତାଣ୍ଡବ ରଚିଥିଲା ‘ତିତ୍‌ଲି’ । ଉଭୟ ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଇବା ସହ ପ୍ରାୟ ୬ ମିଲିୟନରୁ ଅଧିକ ଲୋକଙ୍କୁ ପ୍ରଭାବିତ କରିଥିଲା ଏହି ବାତ୍ୟା । ଏଥିରେ ୭୭ ଜଣଙ୍କର ମୃତ୍ୟୁ ଘଟିଥିଲା । ଲ୍ୟାଣ୍ଡଫଲ ସମୟରେ ଦକ୍ଷିଣ ଓଡିଶାର ଗୋପାଳପୁର ଏବଂ ଉତ୍ତର ଆନ୍ଧ୍ରର କଳିଙ୍ଗପଟ୍ଟନମରେ ସର୍ବାଧିକ ପ୍ରଭାବ ଅନୁଭୂତ ହୋଇଥିଲା। ଏହା ପରେ ବାତ୍ୟା ‘ଅମ୍ଫାନ’ ମଧ୍ୟ ଓଡିଶା ଓ ପଶ୍ଚିମବଙ୍ଗ ସୀମାବର୍ତ୍ତୀ ଉପକୂଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା ।

Cyclone Fani makes landfall in Odisha's Puri with wind speed of 185 kmph - India Today
୫.୨୦୧୯ ବାତ୍ୟା ଫନି
ଭାରତ ମହାସାଗରରେ ଏପ୍ରିଲ ୨୬ ତାରିଖରେ ସୃଷ୍ଟି ହୋଇଥିଲା ସାମୁଦ୍ରିକ ଝଡ଼ । ୩୦ ତାରିଖରେ ଏହା ରୂପ ଜଣାପଡ଼ିବା ସହ ଆଗକୁ ବଢ଼ିଥିଲା । ଆନ୍ଧ୍ରପ୍ରଦେଶ ଦେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିଥିଲା ବାତ୍ୟା ‘ଫନି’ । ପ୍ରଭାବରେ ମେ ୨ ତାରିଖ ରାତିରୁ ପବନ ସହ ବର୍ଷା ଲାଗି ରହିଥିଲା । ମେ ୩ ସକାଳ ଥିଲା ‘ଫନି’ର ।
ମେ ୩ ସକାଳୁ ପବନର ବେଗ ବଢ଼ିବା ସହ ବଢ଼ିଥିଲା ବର୍ଷା । ରାଜ୍ୟର ସବୁ ସମୁଦ୍ର କୁଳିଆ ଅଞ୍ଚଳରେ ପବନର ବେଗ ବେଶ ଅଧିକ ଥିଲା। ସକାଳ ପ୍ରାୟ ୮ଟା ୪୦ ମିନିଟରେ ପୁରୀରେ ଲ୍ୟାଣ୍ଡଫଲ କରିଥିଲା ବାତ୍ୟା ‘ଫନି’ । ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା ପୁରୀ ସମୁଦ୍ର କୂଳରେ ଥିବା ନୋଳିଆ ବସ୍ତି । ଘଣ୍ଟା ପ୍ରତି ୨୦୦ କିମି ବେଗରେ ବହୁଥିବା ପବନ ନିମିଷକେ ସବୁ କିଛି ଛାରଖାର କରି ଦେଇଥିଲା । ଉଜୁଡ଼ି ଯାଇଥିଲା ହୋଟେଲ ଶିଳ୍ପ, ହରିଣଙ୍କ କୋଳାହଳରେ କମ୍ପୁଥିବା ବାଲୁଖଣ୍ଡ ଅଭୟାରଣ୍ୟ ବି ବାଦ ପଡ଼ି ନ ଥିଲା । ହରିଣ ସବୁ ଗାଏବ ହୋଇଯିବା ସହ ନିଶ୍ଚିହ୍ନ ହୋଇଯାଇଥିଲା ଜଙ୍ଗଲ । ପୁରୀ ଜିଲାର ସମସ୍ତ ଅଞ୍ଚଳ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା ।
ବାତ୍ୟା ‘ଫନି’ ଯୋଗୁ ଅଧା ଓଡ଼ିଶା ପ୍ରଭାବିତ ହୋଇଥିଲା । ପୁରୀ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ଜଗତସିଂହପୁର ବ୍ୟାପକ ଭାବେ ପ୍ରଭାବିତ ହୋଇଥିଲା । ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲା ବାତ୍ୟାରେ ପ୍ରଭାବିତ ହୋଇଥିଲା ।
ବାତ୍ୟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ୬୪ ଜଣଙ୍କ ମୃତ୍ୟୁହୋଇଥିବା ବେଳେ ୧ ଲକ୍ଷ ୪୦ ହଜାର ହେକ୍ଟର ଫସଲ ନଷ୍ଟ ହୋଇଥିଲା। ୫ ଲକ୍ଷ ୫୬ ହଜାର ଘର କ୍ଷତିଗ୍ରସ୍ତ ହୋଇଥିଲା । ୬, ୨୮୧ ଗୃହ ପାଳିତ ପଶୁଙ୍କ ଜୀବନ ଯାଇଥିଲା । ୧ ଲକ୍ଷ ୪୮ ହଜାର ୬୬୩ ହେକ୍ଟର ଚାଷ ଜମି ନଷ୍ଟ ହୋଇଥିବା ବେଳେ ୬ ହଜାର ୪୧୬ ବୋଟ, ୮ ହଜାର ୮୨୮ ଜାଲ ନଷ୍ଟ ହୋଇଥିଲା । ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା ଭିତ୍ତିଭୂମି । ରାସ୍ତା, ବିଦ୍ୟୁତ, ରେଲୱେ, ଟେଲି କମ୍ୟୁନିକେସନ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଧାନୀ ପ୍ରାୟ ୧୫ ଦିନ ଅନ୍ଧାରରେ ରହିଥିବା ବେଳେ ପ୍ରଭାବିତ ଅଞ୍ଚଳରେ ମାସେ ଯାଏ ବିଦ୍ୟୁତ ଯୋଗାଣ ସମ୍ଭବ ହୋଇପାରି ନ ଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri