Posted inଫୁରସତ

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା

ସାନଘାଗରା ଜଳପ୍ରପାତ

କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି ହୋଇ ପଡ଼ିଥାଏ। ଏହି ଜଳପ୍ରପାତ ରାଜ୍ୟ ସରକାରଙ୍କ ଦ୍ୱାରା ପର୍ଯ୍ୟଟନୀସ୍ଥଳୀର ମାନ୍ୟତା ପାଇଛି। ଏଠାରେ ୪୮୦ ମିଟର(୧୯୫୦ ଫୁଟ୍‌) ଉଚ୍ଚରୁ ପାଣି ପଡ଼ୁଥିବା ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ।

 

ବରେହିପାଣି

ମୟୂରଭଞ୍ଜ ଜିଲାର ଶିମିଳିପାଳ ଭିତରେ ରହିଛି ମନୋରମ ବରେହିପାଣି ଜଳପ୍ରପାତ। ଭାରତର ଦ୍ୱିତୀୟ ବୃହତ୍ତମ ଜଳପ୍ରପାତର ମାନ୍ୟତା ପାଇଥିବା ବରେହିପାଣି ରାଜ୍ୟ ସରକାରଙ୍କ ଦ୍ୱାରା ପର୍ଯ୍ୟଟନୀ ସ୍ଥଳୀର ମାନ୍ୟତା ପାଇଛି। ଏଠାରେ ୩୯୯ ମିଟର (୧୩୦୯ ଫୁଟ) ଉଚ୍ଚରୁ ପାଣି ପଡୁଥିବା ବେଳେ ଏହି ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ୍‌ ଆକୃଷ୍ଟ କରିଥାଏ।

 

ମାଛକୁଣ୍ଡ (ଡୁମୁଡୁମା)

କୋରାପୁଟ ଜିଲା ସଦରମହକୁମାଠାରୁ ୯୨କି.ମି. ଦୂରରେ ମାଛକୁଣ୍ଡ ବା ଡୁମୁଡୁମା ଜଳପ୍ରପ୍ରାତ ଅବସ୍ଥିତ। ଏଠାରେ ୧୭୫ ମିଟର ଉଚ୍ଚରୁ ତଳକୁ ପାଣି ପଡ଼ୁଛି। ଶୀତ ଋତୁରେ ଏଠାରେ ପର୍ଯ୍ୟଟକଙ୍କ ବେଶ୍‌ ଭିଡ଼ ଦେଖିବାକୁ ମିଳିଥାଏ।

 

ପ୍ରଧାନପାଟ

ଦେବଗଡ଼ ଜିଲା ସଦର ମହକୁମାଠାରୁ ୨ କି.ମି. ଦୂରରେ ପ୍ରଧାନପାଟ ଜଳପ୍ରପାତ ଅବସ୍ଥିତ। ଦେବଗଡ଼ ବନାଞ୍ଚଳ ଅଧିନରେ ଆସୁଥିବା ଏହି ଜଳପ୍ରପାତରେ ୭ଟି କୁଣ୍ଡ ଦେଇ ଜଳ ପ୍ରବାହିତ ହୋଇଥାଏ। ୧୬୫ ଫୁଟ ଉଚ୍ଚତାରୁ ଜଳ ତଳକୁ ପଡ଼ୁଛି। ନଭେମ୍ବରରୁ ଫେବୃଆରୀ ପର୍ଯ୍ୟନ୍ତ ଏଠାରେ ପର୍ଯ୍ୟଟକଙ୍କ ଗହଳି ଲାଗିଥାଏ।

 

ପୁତୁଡି

କନ୍ଧମାଳ ଜିଲା ଫୁଲବାଣୀ ସହରଠାରୁ ୧୫ କି.ମି. ଦୂରରେ ରହିଛି ପୁତୁଡି ଜଳପ୍ରପାତ। ଏଠାରେ ପ୍ରାୟ ୩୦ ଫୁଟ ଉପରୁ ପାଣି ପଡୁଛି। ଏହି ଜଳପ୍ରପାତର ସୌନ୍ଦର୍ଯ୍ୟ ଉପଭୋଗ କରିବା ଲାଗି ବର୍ଷର ବିଭିନ୍ନ ସମୟରେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ଏହା ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଛି। ଏହି ଜଳପ୍ରପାତର ପାଣି ବାବା ସାଲୁକି ନଦୀରେ ମିଶିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri