Odisha Elections 2024

ଶ୍ରେଷ୍ଠ ୫୦ ଏସୀୟ ତାରକା: ଶୀର୍ଷରେ ଶାହରୁଖ

ମୁମ୍ବାଇ: ଚଳିତବର୍ଷ ଶାହରୁଖ ଖାନ୍‌ଙ୍କୁ ତାଙ୍କ ଫିଲ୍ମ ପାଇଁ ଅନେକ ସଫଳତା ମିଳିଥିବାବେଳେ କିଛି ଦିନରେ ଆଉ ଏକ ସିନେମା ‘ଡଙ୍କି’ ରିଲିଜ୍‌ ହେବାକୁ ଯାଉଛି। ସେଥିପାଇଁ ମଧ୍ୟ ଟିକେଟ ବୁକିଂ ଆରମ୍ଭ ହୋଇଗଲାଣି। ଏହା ମଧ୍ୟରେ ତାଙ୍କୁ ଆଉ ଏକ ସଫଳତା ମିଳିଛି। କିଙ୍ଗ୍‌ ଖାନ୍‌ ତାଙ୍କ ସଫଳତାର ତାଲିକାରେ ଆଉ ଏକ ଧାଡି ଯୋଡିଛନ୍ତି। ସୂଚନା ମୁତାବକ, ବ୍ରିଟେନରେ ହେଉଥିବା ଶ୍ରେଷ୍ଠ ୫୦ ଏସୀୟ ତାରକା ତାଲିକାରେ ଶାହାରୁଖଙ୍କ ନାମ ଶୀର୍ଷରେ ରହିଛି। ସେହିପରି ଦ୍ୱିତୀୟରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ତୃତୀୟରେ ପ୍ରିୟଙ୍କା ଚୋପ୍ରା ରହିଛନ୍ତି। ଦଲଜିତ୍‌ ଦୋସାଞ୍ଜ ଏବଂ ରଣବୀର କପୁର ମଧ୍ୟ ସମାନ ତାଲିକାରେ ସ୍ଥାନ ପାଇଛନ୍ତି। ବ୍ରିଟେନର ସାପ୍ତାହିକ ‘ଇଷ୍ଟର୍ନ ଆଇ’ରେ ଏହି ତାଲିକା ପ୍ରକାଶ ପାଇଛି। ଚଳିତବର୍ଷ ଖାହରୁଖ୍‌ଙ୍କ ‘ପଠାନ’, ‘ଜୱାନ’ ବ୍ଲକବ୍ଲଷ୍ଟର ହୋଇଥିବାବେଳେ ‘ଡଙ୍କି’ ଆସନ୍ତା ୨୧ରେ ମୁକ୍ତିଲାଭ କରିବ। ୧୯୯୨ରେ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବା ଶାହରୁଖ ଅନେକ ଫିଲ୍ମ କରି ଦର୍ଶକଙ୍କ ପ୍ରିୟ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍‌, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ

ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଲୋପେଜ୍‌। ବେନ୍‌ ଆଫ୍‌ଲେକ୍‌ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ...

ପ୍ରଭାସଙ୍କ ଜୀବନରେ ଡାର୍ଲିଂଙ୍କ ଏଣ୍ଟ୍ରି!

ହାଇଦ୍ରାବାଦ: ପ୍ରେମରେ ପଡ଼ିଛନ୍ତି ସାଉଥ୍‌ ସୁପରଷ୍ଟାର ପ୍ରଭାସ। ଏକଥା ମନଗଢ଼ା ନୁହେଁ ବରଂ ଅଭିନେତାଙ୍କ ସୋସିଆଲ ମିଡିଆ ପୋଷ୍ଟରୁ ଏଭଳି ଚର୍ଚ୍ଚା ଜୋର ଧରିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri