ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ ଇନ୍ଦୁ ସମେତ ୧୫ଜଣ ମାଓବାଦୀ ରାୟଗଡ଼ା ପୋଲିସ ଆଗରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ଶନିବାର ଜିଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଓ ପୋଲିସ ଏଡିଜି(ଆଣ୍ଟି ନକ୍ସଲ ଅପରେଶନ) ସଞ୍ଜୀବ ପଣ୍ଡା । ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସିଆର୍‌ପିଏଫ୍‌ ଆଇଜି ଅମିତେନ୍ଦ୍ର ସିହ୍ନା, ଆଇଜି ଅପରେଶନ ଦୀପକ କୁମାର, ଏସ୍‌ଆଇଡବ୍ଲ୍ୟୁ ଡିଆଇଜି ଅଖିଲେଶ ସିଂ, କୋରାପୁଟ ଡିଆଇଜି କନଓ୍ବର ବିଶାଲ ସିଂ, ରାୟଗଡ଼ା ଏସ୍‌ପି ସ୍ବାଥି ଏସ୍‌.କୁମାର, କନ୍ଧମାଳ ଏସ୍‌ପି ହରିଶ ବିଶି, କଳାହାଣ୍ଡି ଏସ୍‌ପି ନାଗରାଜୁ ଡିଓ ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ପ୍ରମୁଖ ଉପସ୍ଥିତ ଥିଲେ।

ଦୁଇ ରାଜ୍ୟ କମିଟି ସଦସ୍ୟ ନିଖିଲ ଓ ଇନ୍ଦୁଙ୍କ ସମେତ ଜଣେ ଡିଭିଜନାଲ କମିଟି ସଦସ୍ୟ, ୫ଜଣ ଏରିଆ କମିଟି ସଦସ୍ୟ ଏବଂ ୭ଜଣ ସଦସ୍ୟ ଆତ୍ମସମର୍ପଣ କରିଛନ୍ତି। କେନ୍ଦ୍ର ସରକାର ଓ ରାଜ୍ୟ ସରକାର ହିଂସା ଛାଡ଼ି ଗଣତାନ୍ତ୍ରିକ ପଦ୍ଧତିରେ ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଦେଇଥିବା ଡେଡ୍‌ଲାଇନ ପ୍ରକାରେ ସମସ୍ତ ମାଓବାଦୀ ଆତ୍ମସମର୍ପଣ କରିଥବା ଏଡିଜି ପଣ୍ଡା କହିଛନ୍ତି। ସମସ୍ତ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ପୁରସ୍କାର ରାଶି ଭାବେ ୧ କୋଟି ୯୮ଲକ୍ଷ ୫୫ ହଜାର ଟଙ୍କା ଏବଂ ମାରଣାସ୍ତ୍ର ବିରତି ବାବଦରେ ୧୮ଲକ୍ଷ ୮୬ ହଜାର ୫୦୦ଟଙ୍କା ପ୍ରଦାନ କରାଯିବ। ଏଥି ସହିତ ଆତ୍ମସମର୍ପଣ କରିଥିବା ମାଓବାଦୀ କ୍ୟାଡରମାନଙ୍କୁ ସରକାରୀ ଆତ୍ମସମର୍ପଣ ଓ ପୁନର୍ବାସ ନୀତି ଅନୁସାରେ ଆର୍ଥିକ ସହାୟତା, ସୁରକ୍ଷା ଓ ଜୀବିକା ଯୋଗାଯିବା ସହିତ ସେମାନଙ୍କୁ ସାମାଜିକ ମୁଖ୍ୟଧାରାକୁ ଫେରାଇ ଆଣିବା ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ଏଡିଜି ପଣ୍ଡା କହିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର…

ନଟରାଜ ନୃତ୍ୟାୟନ ଉଦ୍‌ଘାଟିତ: ଓଡ଼ିଶୀ-ସମ୍ବଲପୁରୀ ନୃତ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟ

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ବେଲଗୁଣ୍ଠା ରୋଡ୍‌ରେ ‘ନଟରାଜ ନୃତ୍ୟାୟନ’ ଉଦ୍‌ଘାଟିତ ହୋଇଯାଇଛି। ଜିଲାର ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରିୟଙ୍କା ପ୍ରିୟଦର୍ଶନୀ…

କ୍ରିକେଟରୁ ଅଚାନକ ସନ୍ନ୍ୟାସ ନେଇ ଚମକାଇଦେଲେ ଏହି ଖେଳାଳି, ୧୧ ବର୍ଷର କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡ କ୍ରିକେଟ ଦଳର ସୁପରଷ୍ଟାର ବ୍ୟାଟର୍ସଙ୍କ କଥା ଉଠିଲେ ସର୍ବପ୍ରଥମେ ଜୋ ରୁଟ୍‌ଙ୍କ ନାମ ଆସିଥାଏ। ଜୋ ରୁଟ୍‌ଙ୍କ ସାନ ଭାଇ ବିଲି ରୁଟ୍‌ ମଧ୍ୟ…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଏସିଆନ ଗେମ୍ସରେ ଇତିହାସ ରଚିଲେ ରୋଶିବିନା ଦେବୀ: ପ୍ରଥମ ଭାରତୀୟ ଭାବେ କଲେ ଏମିତି କାରନାମା

ଆଇଚି-ନାଗୋୟା,୨୪।୯: ଏସିଆନ ଗେମ୍ସ ୨୦୨୬ରେ ଭାରତ ପାଇଁ ଆଉ ଏକ ପଦକ ଜିତିଛନ୍ତି ୱୁଶୁ ଖେଳାଳି ରୋଶିବିନା ଦେବୀ। ମହିଳା ୬୦ କିଲୋଗ୍ରାମ ବର୍ଗରେ ସେ ରୌପ୍ୟ…

ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ

ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ…

ଘୂର୍ଣ୍ଣିିବାତ୍ୟାକୁ ନେଇ IMDର ବଡ଼ ଆଲର୍ଟ! ଆସନ୍ତା ୧୨ ଘଣ୍ଟା ଯାଏ…

ନୂଆଦିଲ୍ଲୀ,୨୪।୯: ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଗଭୀର ଅବପାତ (Deep Depression) ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?