Posted inଜାତୀୟ

ପଟିଆଲାରେ ଇଣ୍ଟରନେଟ୍‌ ସେବା ବନ୍ଦ

ଚଣ୍ଡିଗଡ଼,୩୦।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ପାଟିଆଲାରେ ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଏବଂ ଖଲିସ୍ତାନ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହେବା ଫଳରେ ଗୋଷ୍ଠୀ ସଂଘର୍ଷ ସୃଷ୍ଟି ହୋଇଥିଲା। ଏ ନେଇ ପଟିଆଲାରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ଥିବାରୁ ଶନିବାର ସାମୟିକ ଭାବେ ପଟିଆଲା ଜିଲାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରିଦିଆଯାଇଛି। ଏହି କଟକଣା ସକାଳ ସାଢ଼େ ୯ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରହିବ।

ଅନ୍ୟପକ୍ଷେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୩ ପୋଲିସ ଅଧିକାରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ପୋଲିସ ଇନ୍ସପେକ୍ଟର୍‌ ଜେନେରାଲ ରାକେଶ ଅଗ୍ରୱାଲ, ଏସ୍‌ଏସ୍‌ପି ନାନକ ସିଂହ ଏବଂ ସହର ଏସ୍‌ପିଙ୍କୁ ବଦଳି କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଦିଆଯାଇଥିବା ବିବୃତିରେ ମୁଖବିନ୍ଦର୍‌ ସିଂହ ଚିନ୍ନାଙ୍କୁ ପଟିଆଲାର ନୂଆ ଆଇଜି ଭାବେ ନିଯୁକ୍ତ କରାଯାଇଥିବା ବେଳେ ଦୀପକ ପାରିକଙ୍କୁ ଏସ୍‌ଏସ୍‌ପି ଏବଂ ୱାଜିର ସିଂହଙ୍କୁ ନୂତନ ଏସ୍‌ପି. ଭାବେ ନିଯୁକ୍ତ କରାଯାଇଛି।

ସୂଚନା ଯୋଗ୍ୟ, ସଂଘର୍ଷରେ ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣ ଆହତ ହୋଇଥିଲେ। ସଂଘର୍ଷ ସମୟରେ ଟେକାପଥର ଫିଙ୍ଗାଫିଙ୍ଗି ସହ ଓ ଖଣ୍ଡା ବୁଲିଥିବା କିଛି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଅନ୍ୟପକ୍ଷେ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସକୁ ଫାଙ୍କା ଗୁଳି ଚଳାଇବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri