Posted inଜାତୀୟ

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ କୋର୍ଟଙ୍କ ମନ୍ତବ୍ୟକୁ ନେଇ ମେନକା ଦେଇଥିବା ପ୍ରତିକ୍ରିୟା ଏବଂ ତାଙ୍କର “ବଡି ଲାଙ୍ଗୁଏଜ୍‌”କୁ ନେଇ ଖଣ୍ଡପୀଠ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଜଷ୍ଟିସ ବିକ୍ରମ ନାଥ, ଜଷ୍ଟିସ ସନ୍ଦୀପ ମେହେଟ୍ଟା ଏବଂ ଜଷ୍ଟିସ ଏନ.ଭି. ଅଞ୍ଜାରିଆଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ମେନକା ଗାନ୍ଧୀଙ୍କ ମନ୍ତବ୍ୟ ଅଦାଲତ ଅବମାନନା ସଦୃଶ। କିନ୍ତୁ କୋର୍ଟ ନିଜର “ଉଦାରତା” ଦେଖାଇ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହାନ୍ତି। ଖଣ୍ଡପୀଠ ମେନକାଙ୍କ ଓକିଲ ରାଜୁ ରାମଚନ୍ଦ୍ରନଙ୍କୁ ପ୍ରଶ୍ନ କରିଥିଲେ, “ଆପଣଙ୍କ କ୍ଲାଏଣ୍ଟ କିଭଳି ମନ୍ତବ୍ୟ ଦେଉଛନ୍ତି ଆପଣ ଜାଣିଛନ୍ତି କି? ସେ କୋର୍ଟଙ୍କ ଅବମାନନା କରିଛନ୍ତି। ଆପଣ ତାଙ୍କ ପଡକାଷ୍ଟ ଶୁଣିଛନ୍ତି କି? ସେ କ’ଣ କହୁଛନ୍ତି ଏବଂ କିଭଳି ଢଙ୍ଗରେ କହୁଛନ୍ତି ତାହା ଦେଖିଛନ୍ତି କି?”

ବୁଲା କୁକୁରଙ୍କୁ ଖାଦ୍ୟ ଦେଉଥିବା ବ୍ୟକ୍ତି ମାନେ କୁକୁର କାମୁଡ଼ା ପାଇଁ ଦାୟୀ ରହିବେ ବୋଲି କୋର୍ଟ ପୂର୍ବରୁ କହିଥିଲେ। ଏହାକୁ ନେଇ ପ୍ରଶ୍ନ ଉଠିବାରୁ କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଏହି ମନ୍ତବ୍ୟ କୌଣସି ପରିହାସ ନଥିଲା, ବରଂ କୋର୍ଟ ଏହାକୁ ଅତ୍ୟନ୍ତ ଗମ୍ଭୀରତାର ସହ କହିଥିଲେ।

ମେନକା ଗାନ୍ଧୀ ଜଣେ ପ୍ରାଣୀ ଅଧିକାର କର୍ମୀ ଏବଂ ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ହୋଇଥିବାରୁ, ବୁଲା କୁକୁର ସମସ୍ୟାର ସମାଧାନ ପାଇଁ ସେ ବଜେଟ୍‌ରେ କ’ଣ ଅବଦାନ ରଖିଛନ୍ତି ବୋଲି କୋର୍ଟ ପ୍ରଶ୍ନ କରିଥିଲେ।

ଶୁଣାଣି ବେଳେ ଓକିଲ ରାମଚନ୍ଦ୍ରନ କହିଥିଲେ ଯେ ସେ ଆତଙ୍କବାଦୀ ଅଜମଲ କସାବଙ୍କ ପାଇଁ ମଧ୍ୟ ଲଢ଼ିଥିଲେ। ଏହାର ଉତ୍ତରରେ ଜଷ୍ଟିସ ନାଥ କହିଥିଲେ, “କସାବ ଅଦାଲତ ଅବମାନନା କରିନଥିଲା, କିନ୍ତୁ ଆପଣଙ୍କ କ୍ଲାଏଣ୍ଟ କରିଛନ୍ତି।”

ଆବେଦନକାରୀଙ୍କ ପକ୍ଷରୁ ଓକିଲ ପ୍ରଶାନ୍ତ ଭୂଷଣ କହିଥିଲେ ଯେ ବନ୍ଧ୍ୟାକରଣ ଦ୍ୱାରା କୁକୁରଙ୍କ ହିଂସ୍ର ପ୍ରବୃତ୍ତି କମିଥାଏ, କିନ୍ତୁ ଅଧିକାଂଶ ସହରରେ ଏହା ଠିକ୍ ଭାବେ କାର୍ଯ୍ୟକାରୀ ହେଉନାହିଁ। ସେ ଆହୁରି ମଧ୍ୟ କହିଥିଲେ ଯେ କୋର୍ଟଙ୍କ ମନ୍ତବ୍ୟ ଯୋଗୁଁ କୁକୁର ଖୁଆଉଥିବା ଲୋକଙ୍କୁ ସ୍ଥାନୀୟ ଲୋକେ ଆକ୍ରମଣ କରୁଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଶୁଣାଣିରେ ସୁପ୍ରିମକୋର୍ଟ କହିଥିଲେ ଯେ ବୁଲା କୁକୁର ଆକ୍ରମଣରେ ଶିଶୁ କିମ୍ବା ବୃଦ୍ଧଙ୍କ ମୃତ୍ୟୁ ବା ଆହତ ହେଲେ ରାଜ୍ୟ ସରକାରଙ୍କୁ ମୋଟା ଅଙ୍କର କ୍ଷତିପୂରଣ ଦେବାକୁ ପଡ଼ିବ। ଏଥିସହ ବୁଲା କୁକୁରଙ୍କୁ ଖାଦ୍ୟ ଦେଉଥିବା ଲୋକଙ୍କୁ ମଧ୍ୟ ଉତ୍ତରଦାୟୀ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri