Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ଜାଣନ୍ତୁ କିଛି ରୋଚକ କଥା

ପୁରୀ

ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ଏଠାରେ ସମୁଦ୍ରରେ ଗାଧୋଇବାର ବେଶ ଆନନ୍ଦ ଉଠାଇଥାନ୍ତି ପର୍ଯ୍ୟଟକ।

ଚନ୍ଦ୍ରଭାଗା

ପୁରୀ ଜିଲା ଅନ୍ତର୍ଗତ ଅର୍କକ୍ଷେତ୍ର କୋଣାର୍କର ସୂର୍ଯ୍ୟ ମନ୍ଦିର ଠାରୁ ମାତ୍ର ୩କିମି ଦୂରରେ ରହିଛି ଚନ୍ଦ୍ରଭାଗା ବେଳାଭୂମି। ଚନ୍ଦ୍ରଭାଗାର ସୂର୍ଯ୍ୟୋଦୟ ଆକୃଷ୍ଟ କରିଥାଏ ଅସଂଖ୍ୟ ପର୍ଯ୍ୟଟକଙ୍କୁ। ଏହାର ଦିଗନ୍ତ ପ୍ରସାରୀ ନୀଳ ଜଳରାଶିର ନିଳୀମା ଜୈବ ବିବିଧତାରେ ପରିପୂର୍ଣ୍ଣ।

ଗୋପାଳପୁର

ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଠାରୁ ମତ୍ର ୧୫କିମି ଦୂରରେ ଅବସ୍ଥିତ ଗୋପାଳପୁର ବେଳାଭୂମି। ଏହି ପୂର୍ବତନ ବନ୍ଦର ଏବେ ପାଲଟିଛି ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର। ବେଳାଭୂମିର ସୌନ୍ଦର୍ଯ୍ୟ ସାଙ୍ଗକୁ ବତୀଘର ଏବଂ ଜଳକ୍ରୀଡ଼ା ଲକ୍ଷଲକ୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି।

ଚାନ୍ଦିପୁର

ବାଲେଶ୍ୱର ଜିଲା ଚାନ୍ଦିପୁର ଠାରେ ଅବସ୍ଥିତ ଚାନ୍ଦିପୁର ବେଳାଭୂମି ଅନେକ କାରଣରୁ ଆକୃଷ୍ଟ କରିଥାଏ ପର୍ଯ୍ୟଟକଙ୍କୁ। ଝାଉଁବଣ ଘେରା ଜଙ୍ଗଲ ମଧ୍ୟରେ ସମୁଦ୍ରର ଲୁଚକାଳି ଖେଳ ପ୍ରକୃତି ପ୍ରେମୀଙ୍କୁ ବାନ୍ଧିରଖେ। ଦିନବେଳା ସମୁଦ୍ର ପ୍ରାୟ ୨କିମି ଭିତରକୁ ଚାଲିଯାଉଥିବା ବେଳେ ତାରା ମାଛ ଏହି ବେଳାଭୂମିକୁ ସୌନ୍ଦର୍ଯ୍ୟମୟ କରିଥାନ୍ତି।

ତାଳସାରୀ

ଉତ୍ତର ଓଡ଼ିଶାର ବାଲେଶ୍ୱର ଜିଲା ଜଳେଶ୍ୱର ଠାରୁ ୩୬କିମି ଦୂରରେ ଅବସ୍ଥିତ ତାଳସାରୀ ବେଳାଭୂମି। ଉତ୍ତାଳ ତରଙ୍ଗର ତାଳେତାଳେ ନିକଟବର୍ତ୍ତି ମତ୍ସ୍ୟଜୀବୀଙ୍କ ଗାଁ, ସ୍ବର୍ଣ୍ଣାଭ ବାଲୁକାରାଶି ଓ ନାଲି କଙ୍କଡ଼ାଙ୍କ ଲୁଚକାଳି ଖେଳ ଏହାର ପରିବେଶକୁ ଅତ୍ୟନ୍ତ ମନୋରମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri