Posted inଖେଳ

ହାର୍ଦ୍ଦିକଙ୍କ ‘ନୂତନ ଟିମ୍‌ ଇଣ୍ଡିଆ’: ଏହି ୫ ଖେଳାଳି ପାଲଟିଲେ ସିରିଜର ହିରୋ…

ନୂଆଦିଲ୍ଲୀ,୮।୧: ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଛି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ‘ନୂତନ ଟିମ୍‌ ଇଣ୍ଡିଆ’। ରାଜକୋଟରେ ଶନିବାର ଖେଳାଯାଇଥିବା ନିର୍ଣ୍ଣାୟକ ମୁକାବିଲା ବିଜୟ ସହ ୨-୧ରେ ସିରିଜକୁ ଜିତିଛି ଦଳ। ତେବେ ଏହି ସିରିଜରୁ ଅନେକ ବରିଷ୍ଠ ଖେଳାଳିଙ୍କୁ ବାଦ୍‌ ଦିଆଯାଇଥିଲା। ତଥାପି ଯୁବ କ୍ରିକେଟରମାନେ ନିଜର ପ୍ରଦର୍ଶନ ବଳରେ ଦଳର ଭବିଷ୍ୟତ ସୁରକ୍ଷିତ ହାତରେ ରହିଥିବା ସ୍ପଷ୍ଟ କରିଛନ୍ତି। ବିଶେଷକରି ସିରିଜରେ ୫ ଭାରତୀୟ ଖେଳାଳି ନିଜର ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେମାନେ ହେଲେ:-

-ଅକ୍ଷର ପଟେଲ: ଅଲରାଉଣ୍ଡର ପଟେଲ ତିନି ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧୧୭ ରନ୍‌ କରିବା ସହ ୩ ଉଇକେଟ ନେଇଥିଲେ। ଏଥିଲାଗି ତାଙ୍କୁ ‘ପ୍ଲେୟାର ଅଫ୍‌ ଦ ସିରିଜ’ ଭାବେ ଚୟନ କରାଯାଇଥିଲା।

-ସୂର୍ଯ୍ୟକୁମାର ଯାଦବ: ଦୁନିଆର ନମ୍ବର ୧ ଟି୨୦ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଏହି ସିରିଜରେ ଚମତ୍କାର ବ୍ୟାଟିଂ କରିଥିଲେ। ସେ ୩ ମ୍ୟାଚ୍‌ରେ ୧୭୦ ରନ୍‌ କରିଥିଲେ। ଏଥିରେ ଗୋଟିଏ ଶତକ ଏବଂ ଗୋଟିଏ ଅର୍ଦ୍ଧଶତକ ଥିଲା। ସେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ।

-ଉମରାନ ମଲିକ:-ଦ୍ରୁତ ବୋଲର ଉମରାନଙ୍କ ପାଇଁ ଏହି ସିରିଜ ବେଶ ସ୍ମରଣୀୟ ଥିଲା। ସେ ୩ ମ୍ୟାଚ୍‌ରେ ୭ ଉଇକେଟ ନେଇଥିଲେ। ଏପରିକି ସେ ସିରିଜରେ ସର୍ବାଧିକ ଉଇକେଟ ନେଇଥିବା ବ୍ୟାଟ୍ସମ୍ୟାନ୍‌ ପାଲଟିଥିଲେ।

-ଶିବମ ମାଭି:-ଦ୍ରୁତ ବୋଲର ଶିବମ ଏହି ସିରିଜରେ ନିଜର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମୁକାବିଲାରେ ସେ ୪ ଉଇକେଟ ନେଇଥିଲେ।

-ହାର୍ଦ୍ଦିକ ପାଣ୍ଡ୍ୟା: ଅଧିନାୟକ ପାଣ୍ଡ୍ୟା ଏହି ସିରିଜରେ ଭାରତୀୟ ଟିମ୍‌ର ଷ୍ଟାର୍‌ ପର୍‌ଫର୍ମର ଥିଲେ। ସେ ୩ ଉଇକେଟ ନେଇଥିବା ବେଳେ ୪୫ ରନ୍‌ କରିଥିଲେ। ହେଲେ ତାଙ୍କ ନେତୃତ୍ୱ ବେଶ ରୋଚକ ଥିଲା। ସେ କିଛି ଏଭଳି ନିଷ୍ପତ୍ତି ନେଇଥିଲେ ଯାହାଫଳରେ ଦଳ ସିରିଜ ବିଜେତା ହୋଇଥିଲା। ତାଙ୍କ ନେତୃତ୍ୱରେ ଦଳ ପାଇଁ ଏହା ୩ୟ ଟି୨୦ ସିରିଜ ବିଜୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଓୟୁଏଟି ପିଜି-ପିଏଚ୍‌.ଡି. ଛାତ୍ରୀଛାତ୍ରଙ୍କୁ ମିଳିବ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୪।୮(ସୁଚିସ୍ମିତା ସାହୁ): ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର…

ଚିନ୍ତାଜନକ ରିପୋର୍ଟ, ଦିଲ୍ଲୀର ମାଛରେ ମିଳିଲା ଅତ୍ୟାଧିକ ପ୍ଲାଷ୍ଟିକ….

ନୂଆଦିଲ୍ଲୀ,୪।୮(ପି.ଟି.): ଦିଲ୍ଲୀରେ ପ୍ରବାହିତ ଯମୁନା ନଦୀର ମାଛମାନଙ୍କଠାରେ ହରିୟାଣାର ନଦୀପଥ ତୁଳନାରେ ଯଥେଷ୍ଟ ଅଧିକ ମାତ୍ରାରେ ମାଇକ୍ରୋପ୍ଲାଷ୍ଟିକ୍‌ (ସୂକ୍ଷ୍ମ ପ୍ଲାଷ୍ଟିକ୍‌ କଣିକା) ଜମା ହୋଇଥିବା ଏକ ଚାଞ୍ଚଲ୍ୟକର…

ଅନ୍ତର୍ଜାତୀୟ ରେଡ୍‌କ୍ରସ୍‌ କମିଟି ସହ ମ୍ୟାନ୍‌ମାର ପୂର୍ବତନ ନେତ୍ରୀ ସୁ ଚୀଙ୍କ ବୈଠକ

ବ୍ୟାଙ୍କକ୍‌,୪ା୮: ୨୦୨୧ର ସେନା ବିଦ୍ରୋହ ବଳରେ କ୍ଷମତାଚ୍ୟୁତ ହୋଇଥିବା ମ୍ୟାନ୍‌ମାରର ପୂର୍ବତନ ନେତ୍ରୀ ଅଙ୍ଗ୍‌ ସାନ୍‌ ସୁ ଚୀ ସୋମବାର ରାଜଧାନୀ ବ୍ୟାଙ୍କକ୍‌ରେ ରେଡ୍‌କ୍ରସ ଅନ୍ତର୍ଜାତୀୟ କମିଟି…

ଦୁର୍ବଳ ହେଉଛି ମୌସୁମୀ ବାୟୁ; ୩୫ ଡିଗ୍ରୀ ଉପରେ ୫ ସହରର ତାପମାତ୍ରା, ଆଗକୁ ହେବ….

ଭୁବନେଶ୍ୱର,୪।୮(ବନ୍ଦନା ସେଠୀ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ମୌସୁମୀ ନିମ୍ନ ଚାପ ରେଖା ତା’ର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହୁଥିବାରୁ ଉପକୂଳ ଓଡ଼ିଶା…

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri