Posted inଖେଳ

ଇଂଲଣ୍ଡ ଦଳକୁ ଟୋପ୍‌ଲେଙ୍କ ପ୍ରତ୍ୟାବର୍ତ୍ତନ

ସାଉଥାମ୍ପଟନ, ୨୮।୭ (ପି.ଟି.)-
ଦୀର୍ଘ ୪ ବର୍ଷ ପରେ ଇଂଲଣ୍ଡ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବାମହାତୀ ପେସ୍‌ ବୋଲର ରିଷି ଟୋପ୍‌ଲେ। ଆୟର୍ଲାଣ୍ଡ ବିପକ୍ଷ ସିରିଜ ପାଇଁ ସୋମବାର ଘୋଷିତ ୧୪ ଜଣିଆ ଇଂଲଣ୍ଡ ଦଳରେ ଟୋପ୍‌ଲେଙ୍କୁ ସାମିଲ କରାଯାଇଛି। ଆସନ୍ତା ଗୁରୁବାରଠାରୁ ଏହି ସିରିଜ ଆରମ୍ଭ ହେବ। ଇଅନ ମୋର୍ଗାନ ଅଧିନାୟକ ଓ ମୋଇନ୍‌ ଅଲୀଙ୍କୁ ଉପ-ଅଧିନାୟକ ମନୋନୀତ କରାଯାଇଛି। ୩ ଖେଳାଳିଙ୍କୁ ରିଜର୍ଭ ରଖା ଯାଇଛି। ୨୬ ବର୍ଷୀୟ ଟୋପ୍‌ଲେ ୧୦ଟି ଦିନିକିଆ ଖେଳି ୧୬ଟି ଉଇକେଟ ନେଇଛନ୍ତି। ଶେଷଥରପାଇଁ ସେ ୨୦୧୬ ଟି୨୦ ବିଶ୍ୱକପରେ ଇଂଲଣ୍ଡ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ପିଠିରେ ସମସ୍ୟା ଯୋଗୁ ସେ ୨୦୧୮ରେ ଅସ୍ତ୍ରୋପଚାର କରାଇଥିଲେ। ଗତବର୍ଷ ସେ ସସେକ୍ସର ଅଗ୍ରଣୀ ଉଇକେଟ ହାସଲକାରୀ ଥିଲେ। ସାମ୍‌ ବିଲିଙ୍ଗ୍ସ, ଲିଆମ ଡସନ ଓ ଡେଭିଡ ଓ୍ବଲି ମଧ୍ୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏକ ଜୈବ-ସୁରକ୍ଷିତ ବାତାବରଣରେ ଏହି ସିରିଜ ବିନା ଦର୍ଶକରେ ଅନୁଷ୍ଠିତ ହେବ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଥିବାରୁ ଜୋ ରୁଟ୍‌, ବେନ୍‌ ଷ୍ଟୋକ୍ସ, ଜୋଫ୍ରା ଆର୍ଚର, କ୍ରିସ୍‌ ଓ୍ବକ୍ସ ଓ ମାର୍କ ଉଡ୍‌ଙ୍କ ନାମ ବିଚାରକୁ ନିଆ ଯାଇ ନ ଥିଲା। ଫଳରେ ବିଶ୍ୱକପ ବିଜେତା ଜନି ବେୟାରଷ୍ଟୋ, ଟମ୍‌ କୁରାନ, ଲିଆମ ଡସନ, ଆଡିଲ ରଶିଦ, ଜାସନ ରୟ ଏବଂ ଜେମ୍ସ ଭିନ୍ସ ପ୍ରମୁଖ ସ୍ଥାନ ପାଇଛନ୍ତି। କରୋନା ଭାଇରସ ସଂକ୍ରମଣ ଜନିତ ବ୍ରେକ୍‌ ପରେ ଏହା ହେବ ପ୍ରଥମ ଦିନିକିଆ ସିରିଜ। ଏହାର ଦ୍ୱିତୀୟ ଓ ତୃତୀୟ ଦିନିକିଆ ସେହି ସାଉଥାମ୍ପଟନଠାରେ ଯଥାକ୍ରମେ ଅଗଷ୍ଟ ୧ ଓ ୪ରେ ଅନୁଷ୍ଠିତ ହେବ।
ଇଂଲଣ୍ଡ ଦଳ: ଇଅନ ମୋର୍ଗାନ(ଅଧିନାୟକ), ମୋଇନ ଅଲୀ, ଜନି ବେୟାରଷ୍ଟୋ, ଟମ୍‌ ବାଣ୍ଟନ, ସାମ୍‌ ବିଲିଙ୍ଗ୍ସ, ଟମ୍‌ କୁରାନ, ଲିଆମ ଡସନ, ଜୋ ଡେନଲି, ଶାକିବ ମେହମୁଦ, ଆଡିଲ ରଶିଦ, ଜାସନ ରୟ, ରିଷି ଟୋପ୍‌ଲେ, ଜେମ୍ସ ଭିନ୍ସ, ଡେଭିଡ ଓ୍ବିଲି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଶ୍ରେୟସ ଆୟରଙ୍କ ଭଉଣୀ ଶ୍ରେଷ୍ଠା ଦେଲେ ବଡ଼ ବୟାନ, ଭାଇଙ୍କ ଅଧିନାୟକତ୍ୱ ସମ୍ପର୍କରେ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୯।୭: ବିଶ୍ୱକପ ବିଜେତା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଠାରୁ ଆୟରଲ୍ୟାଣ୍ଡ ବିପକ୍ଷ ସିରିଜ ପୂର୍ବରୁ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ, ଅଧିନାୟକ…

ଭାରତ-ଇଂଲଣ୍ଡ ଟି-୨୦ ସିରିଜ ମଧ୍ୟରେ ସଞ୍ଜୁ ସାମସନ ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ପ୍ରଶଂସକ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୯।୭: ବ୍ୟକ୍ତିଗତ କାରଣରୁ ସଞ୍ଜୁ ସାମସନ କେରଳ କ୍ରିକେଟ ଲିଗ (KCL 2026)ରେ ଖେଳିବେ ନାହିଁ। ପୂର୍ବରୁ, କୋଚି ବ୍ଲୁ ଟାଇଗର୍ସ ସାମସନଙ୍କୁ ସେମାନଙ୍କର ରିଟେନସନ ତାଲିକାରେ…

ଆଉ ଏକ ସିରିଜ ହାରିଲା ଇଣ୍ଡିଆ; ୧ ୱିକେଟରେ ଜିତି ୨-୧ ରେ ସିରିଜ କବଜା କଲା ପଡୋଶୀ ଦେଶ

ନୂଆଦିଲ୍ଲୀ,୯।୭: ଭାରତୀୟ କ୍ରିକେଟ ଦଳ ଆଉ ଏକ ସିରିଜ ପରାଜୟ ବରଣ କରିଛି। ଏଥର, ଭାରତର ୧୯ ବର୍ଷରୁ କମ ଦଳ ଶ୍ରୀଲଙ୍କା ବିପକ୍ଷରେ ଯୁବ ଦିନିକିଆ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri