ଜିଲା ମୁଖ୍ୟ ଚିକିତ୍ସାଳୟରେ ଟର୍ଚ୍ଚ ଲାଇଟରେ ଚିକିତ୍ସା

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): ବିଦ୍ୟୁତ୍‌ ନ ଥିବାରୁ ଅନ୍ଧାରରେ ଚିକିତ୍ସା କରୁଛନ୍ତି ଡାକ୍ତର। ଏହା କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ, ଏଭଳି ଚିତ୍ର ଦେଖିବାକୁ ମିଳିଛି ଖୋଦ କଳାହାଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ। ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଅନ୍ଧାରରେ ଚିକିତ୍ସା ଭଳି ଉଦ୍‌ବେଗଜନକ ଚିତ୍ର ସାମ୍ନାକୁ ଆସିଛି। ଶନିବାର ରାତିରେ ଏମ୍‌ସିଏଚ୍‌ ବିଲଡିଂ ପ୍ରସୂତି ଓ ଚିକିତ୍ସା ବିଭାଗ ୱାର୍ଡରେ ବିଦ୍ୟୁତ୍‌ ନ ଥିବାରୁ ଟର୍ଚ୍ଚ ଆଲୁଅରେ ଡାକ୍ତର ରୋଗୀ ଦେଖିଥିବା ଘଟଣା ରୋଗୀଙ୍କ ପରିଜନ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ସନ୍ଧ୍ୟା ୭ଟାରୁ ୯ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ଏଭଳି ଅବ୍ୟବସ୍ଥା ଯୋଗୁ ଏମସିଏଚ ବିଲଡିଂରେ ଚାପା ଉତ୍ତେଜନା ଦେଖାଦେଇଥିଲା। ପ୍ରସୂତି ଓ ଶିଶୁ ଚିକିତ୍ସା ବିଭାଗରେ ବିଦ୍ୟୁତ୍‌ ନ ଥିବାରୁ ଟର୍ଚ୍ଚ ବ୍ୟବହାର କରି ଡାକ୍ତର ଚିକିତ୍ସା କରିଥିଲେ। କଳାହାଣ୍ଡି ଜିଲାର ଦୀର୍ଘ ଦିନର ଦାବି ପରେ ଶହୀଦ ରେଣ୍ଡୋ ମାଝିଙ୍କ ନାମରେ ମେଡିକାଲ କଲେଜ ସ୍ଥାପନା ହୋଇଛି। ଏଥିପାଇଁ ଆନୁସାଙ୍ଗିକ ବ୍ୟବସ୍ଥା ହେବା ପର୍ଯ୍ୟନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ ମେଡ଼ିକାଲ କାର୍ଯ୍ୟ ହେବ। ୨୩-୨୪ ବର୍ଷ ପାଇଁ ଛାତ୍ରୀଛାତ୍ରଙ୍କ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି କୁହାଯାଇଛି। କିନ୍ତୁ ଏଠାରେ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ହୋଇପାରୁ ନ ଥିବାରୁ ଏହା କିଭଳି ସମ୍ଭବ ହେବ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଗିରିଶ ଚନ୍ଦ୍ର ରାଉତଙ୍କୁ ପଚାରିବାରୁ ଡିଜି (ଜେନେଟେର)ର ହଠାତ ବ୍ୟାଟେରୀ ଫାଟି ଯିବାରୁ ଏପରି ଅସୁବିଧା ହୋଇଥିଲା। ବ୍ୟାଟେରୀ ଲଗାଯିବ ପରେ ପରିସ୍ଥିତି ସ୍ବଭାଭିକ ହୋଇଥିଲା ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri