ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…

ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୮୯୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ନିୟନ୍ତ୍ରଣରେ ରହୁ ନଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସେହିପରି ୩ ଲକ୍ଷ ୫୨ ହଜାର ୭୮୪ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୮ ଲକ୍ଷ ୮୪ ହଜାର ୯୩୭ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୪.୫ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୪ ହଜାର ୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୦ ଲକ୍ଷ ୯୨ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୮୭ ଲକ୍ଷ ୧୩ ହଜାର ୪୯୪ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ପାଞ୍ଚଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫୦,୮୧୨  ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପଛକୁ କର୍ନାଟକ ରହିଛି। ଏଠାରେ ୩୩,୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ୨୭,୯୭୧ , ତାମିଲନାଡୁରେ ୨୪,୪୧୮ ଏବଂ ଗୁଜୁରାଟରେ ୧୧,୭୯୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri