ତାଣ୍ଡବ ରଚିଲା ଘୂର୍ଣ୍ଣିଝଡ଼ ‘ଚିଡୋ’, ହଜାରେରୁ ଅଧିକ ମୃତ

ପ୍ୟାରିସ,୧୬।୧୨: ଶନିବାର ଫ୍ରାନ୍ସର ହିନ୍ଦ ମହାସାଗରରେ ମାୟୋଟେ ଦ୍ୱୀପ ଅଞ୍ଚଳକୁ ସାଇକ୍ଲୋନ ‘ଚିଡୋ’ ଧକ୍କା ଦେଇ ଏହି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ସୃଷ୍ଟି କରିଥିଲା। ଏହି ଘୂର୍ଣ୍ଣିବଳୟ ଦ୍ୱୀପର ଫ୍ରେଞ୍ଚ ଅଂଶକୁ ଘଣ୍ଟା ପ୍ରତି ୨୦୦ କିଲୋମିଟର (୧୨୪ ମାଇଲ ପ୍ରତି ଘଣ୍ଟା)ରେ ପବନ ବହିଥିଲା। ଏହି ଘୂର୍ଣ୍ଣିବଳୟ ଦ୍ୱାରା ଦ୍ୱୀପ ଅଞ୍ଚଳର ବହୁ କ୍ଷୟକ୍ଷତି କରିଛି। ଫ୍ରାନ୍ସ ଟିଭିର ରିପୋର୍ଟ ଅନୁଯାୟୀ ଏହି ବିପର୍ଯ୍ୟୟରେ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଛି। ଅଧିକାରୀ ଜଣକ ଟିଭି ଚ୍ୟାନେଲ ମାୟୋଟେ ଲା ୧ଆରେରେ କହିଛନ୍ତି ଯେ ମୁଁ ଭାବୁଛି ଏହି ଘୂର୍ଣ୍ଣି ଝଡ଼ରେ ଶହ ଶହ ଲୋକଙ୍କର ମୃତ୍ୟୁ ଘଟିଛି, ବୋଧହୁଏ ଏହି ସଂଖ୍ୟା ପ୍ରାୟ ଏକ ହଜାର କିମ୍ବା ହଜାର ହଜାର ହୋଇପାରେ।
ଶନିବାରର ହୋଇଥିବା ଏହି ଘୂର୍ଣ୍ଣିଝଡ଼ ହେଉଛି ୯୦ ବର୍ଷ ମଧ୍ୟରେ ମାୟୋଟେକୁ ଆସିଥିବା ସବୁଠାରୁ ଭୟଙ୍କର ଘୂର୍ଣ୍ଣିଝଡ଼। ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ କହିଛନ୍ତି, ମୋର ଚିନ୍ତାଧାରା ମାୟୋଟେରେ ଥିବା ଆମ ଦେଶବାସୀଙ୍କ ସହ ଅଛି, ଯେଉଁମାନେ କିଛି ଘଣ୍ଟା ଅତି ଭୟଙ୍କର ବିପଦ ସହିଛନ୍ତି। କେତେକ ଲୋକ ସବୁକିଛି ହରାଇଛନ୍ତି, ଆହୁରି ଅନେକେ ପ୍ରାଣ ହରାଇଛନ୍ତି।
ଦକ୍ଷିଣ-ପୂର୍ବ ଭାରତ ମହାସାଗରରେ ଅବସ୍ଥିତ ମାୟୋଟ, ଫ୍ରାନ୍ସ ଏବଂ ୟୁରୋପୀୟ ୟୁନିଅନର ସବୁଠାରୁ ଗରିବ ଅଞ୍ଚଳ। ଏହି ଅଞ୍ଚଳରେ ବେଆଇନ ପ୍ରବାସୀଙ୍କ ସଂଖ୍ୟା ବହୁତ ଅଧିକ । ଏଥି ସହିତ, ଜନସଂଖ୍ୟାର ୭୫ପ୍ରତିଶତରୁ ଅଧିକ ଦାରିଦ୍ର ସୀମାରେଖା ତଳେ ବାସ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri