Posted inଜାତୀୟ

ଉତ୍ତର ଭାରତରେ ବର୍ଷା ବିଭୀଷିକା: ୩୪ ମୃତ

ନୂଆଦିଲ୍ଲୀ/ଶିମ୍‌ଲା, ୧୧ା୭: ଦିଲ୍ଲୀ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ସମେତ ସାରା ଉତ୍ତର ଭାରତରେ ୩ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଏପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି। ବିଭିନ୍ନ ସହର ଜଳାର୍ଣ୍ଣବ ହେବା ସହ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଟ୍ରାଫିକ ସମସ୍ୟା ଗମ୍ଭୀର ହୋଇଛି। ବିଭିନ୍ନ ନଦୀରେ ବନ୍ୟା ଆସିଛି। ବର୍ଷାରେ ପାର୍ବତ୍ୟାଞ୍ଚଳ ରାଜ୍ୟ ହିମାଚଳପ୍ରଦେଶ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଠାରେ ୩ ଦିନରେ ୨୦ ଜଣଙ୍କ ଜୀବନ ଯିବା ସହ ୪୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ହିମାଚଳପ୍ରଦେଶରେ ବାଦଲଫଟା ବର୍ଷା ଯୋଗୁ ୩,୦୦୦ କୋଟିରୁ ଊର୍ଦ୍ଧ୍ୱ କ୍ଷତି ହୋଇଛି। ଗତ ୫୦ ବର୍ଷ ମଧ୍ୟରେ ରାଜ୍ୟରେ ଏଭଳି ବର୍ଷା ହୋଇ ନ ଥିଲା ବୋଲି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କହିଛନ୍ତି। ଲଗାଣ ବର୍ଷା ଓ ଭୂସ୍ଖଳନ ଯୋଗୁ ଅନେକ ଘର ଭାଙ୍ଗିବା ସହ ସାଧାରଣ ଜୀବନଯାତ୍ରା ଅଚଳ ହୋଇଯାଇଛି। ମନାଲି, କୁଲ୍ଲୁ, କିନ୍ନଉର ଏବଂ ଚାମ୍ବାରେ ଆକସ୍ମିକ ବନ୍ୟା ଆସି କେତେକ ଗାଡ଼ି ଓ ଦୋକାନ ଭାସିଯାଇଛି। ରାବି, ବେଆସ୍‌, ଚେନାବ, ସ୍ବାନ୍‌ ଆଦି ନଦୀରେ ବନ୍ୟା ଆସିଛି। ଲୋକମାନଙ୍କୁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଘରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ସୁଖୁ ନିବେଦନ କରିଛନ୍ତି। ହିମାଚଳପ୍ରଦେଶରେ ଦୁଇ ସପ୍ତାହ ମଧ୍ୟରେ ମୌସୁମୀ ବର୍ଷା ବିତ୍ପାତରେ ମୋଟ ୭୨ ଜଣଙ୍କ ମୃତ୍ୟୁ ଘଟିବା ସହ ୮ ଜଣ ନିଖୋଜ ଥିବା କୁହାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସ୍ଥାନୀୟ ପ୍ରଶାସନ, ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌) ଟିମ୍‌ଗୁଡ଼ିକ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ସହାୟତା କାର୍ଯ୍ୟରେ ନିୟୋଜିତ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ଉତ୍ତରାଖଣ୍ଡରେ ମଧ୍ୟ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ପାଣି ଜମିରହିଥିବାରୁ ସୋମବାର ଦିଲ୍ଲୀ ଓ ଗୁରୁଗ୍ରାମରେ ସ୍କୁଲଗୁଡ଼ିକ ବନ୍ଦ ରହିଥିଲା। ଟ୍ରାଫିକ ଜାମ ଯୋଗୁ କର୍ପୋରେଟ ହାଉସ୍‌ଗୁଡ଼ିକ ସେମାନଙ୍କ କର୍ମଚାରୀମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ହରିୟାଣା ହାଥନିକୁଣ୍ଡ ବ୍ୟାରେଜ୍‌ରୁ ଯମୁନା ନଦୀକୁ ଲକ୍ଷେ କ୍ୟୁସେକ୍‌ରୁ ଅଧିକ ଜଳ ନିଷ୍କାସନ କରିବାରୁ ଦିଲ୍ଲୀ ସରକାର ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଏଥିପାଇଁ ୧୬ଟି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ଯମୁନାର ଜଳସ୍ତର ବିପଦ ସଙ୍କେତ ଟପିଲେ ନଦୀ କୂଳବର୍ତ୍ତୀ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସେ କହିଛନ୍ତି।
ଜମ୍ମୁ-କଶ୍ମୀରର କଠୁଆ ଓ ସାମ୍ବା ଜିଲାରେ ରେଡ୍‌ ଆଲର୍ଟ ଜାରି ହୋଇଛି। ରାଜସ୍ଥାନ, ପଞ୍ଜାବ ଓ ହରିୟାଣାରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳଗୁଡ଼ିକ ଜଳାର୍ଣ୍ଣବ ହୋଇଛି। ଲଗାଣ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ରାଜ୍ୟଗୁଡ଼ିକୁ ପିଏମ୍‌ କେୟାର ପାଣ୍ଠିରୁ ଅତିରିକ୍ତ ସହାୟତା ଯୋଗାଇଦେବା ଲାଗି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାରଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri