Posted inଜାତୀୟ

ଉତ୍ତର ଭାରତରେ ବର୍ଷା ବିଭୀଷିକା: ୩୪ ମୃତ

ନୂଆଦିଲ୍ଲୀ/ଶିମ୍‌ଲା, ୧୧ା୭: ଦିଲ୍ଲୀ, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ସମେତ ସାରା ଉତ୍ତର ଭାରତରେ ୩ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଏପର୍ଯ୍ୟନ୍ତ ୩୪ ଜଣଙ୍କ ଜୀବନ ଗଲାଣି। ବିଭିନ୍ନ ସହର ଜଳାର୍ଣ୍ଣବ ହେବା ସହ ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଥିବାରୁ ଟ୍ରାଫିକ ସମସ୍ୟା ଗମ୍ଭୀର ହୋଇଛି। ବିଭିନ୍ନ ନଦୀରେ ବନ୍ୟା ଆସିଛି। ବର୍ଷାରେ ପାର୍ବତ୍ୟାଞ୍ଚଳ ରାଜ୍ୟ ହିମାଚଳପ୍ରଦେଶ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଠାରେ ୩ ଦିନରେ ୨୦ ଜଣଙ୍କ ଜୀବନ ଯିବା ସହ ୪୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ହିମାଚଳପ୍ରଦେଶରେ ବାଦଲଫଟା ବର୍ଷା ଯୋଗୁ ୩,୦୦୦ କୋଟିରୁ ଊର୍ଦ୍ଧ୍ୱ କ୍ଷତି ହୋଇଛି। ଗତ ୫୦ ବର୍ଷ ମଧ୍ୟରେ ରାଜ୍ୟରେ ଏଭଳି ବର୍ଷା ହୋଇ ନ ଥିଲା ବୋଲି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ କହିଛନ୍ତି। ଲଗାଣ ବର୍ଷା ଓ ଭୂସ୍ଖଳନ ଯୋଗୁ ଅନେକ ଘର ଭାଙ୍ଗିବା ସହ ସାଧାରଣ ଜୀବନଯାତ୍ରା ଅଚଳ ହୋଇଯାଇଛି। ମନାଲି, କୁଲ୍ଲୁ, କିନ୍ନଉର ଏବଂ ଚାମ୍ବାରେ ଆକସ୍ମିକ ବନ୍ୟା ଆସି କେତେକ ଗାଡ଼ି ଓ ଦୋକାନ ଭାସିଯାଇଛି। ରାବି, ବେଆସ୍‌, ଚେନାବ, ସ୍ବାନ୍‌ ଆଦି ନଦୀରେ ବନ୍ୟା ଆସିଛି। ଲୋକମାନଙ୍କୁ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଘରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ସୁଖୁ ନିବେଦନ କରିଛନ୍ତି। ହିମାଚଳପ୍ରଦେଶରେ ଦୁଇ ସପ୍ତାହ ମଧ୍ୟରେ ମୌସୁମୀ ବର୍ଷା ବିତ୍ପାତରେ ମୋଟ ୭୨ ଜଣଙ୍କ ମୃତ୍ୟୁ ଘଟିବା ସହ ୮ ଜଣ ନିଖୋଜ ଥିବା କୁହାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ କଥା ହୋଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସ୍ଥାନୀୟ ପ୍ରଶାସନ, ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌) ଟିମ୍‌ଗୁଡ଼ିକ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ସହାୟତା କାର୍ଯ୍ୟରେ ନିୟୋଜିତ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।
ଉତ୍ତରାଖଣ୍ଡରେ ମଧ୍ୟ ଆକସ୍ମିକ ବନ୍ୟା ଓ ଭୂସ୍ଖଳନ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି। ଲଗାଣ ବର୍ଷା ଯୋଗୁ ରାସ୍ତାରେ ପାଣି ଜମିରହିଥିବାରୁ ସୋମବାର ଦିଲ୍ଲୀ ଓ ଗୁରୁଗ୍ରାମରେ ସ୍କୁଲଗୁଡ଼ିକ ବନ୍ଦ ରହିଥିଲା। ଟ୍ରାଫିକ ଜାମ ଯୋଗୁ କର୍ପୋରେଟ ହାଉସ୍‌ଗୁଡ଼ିକ ସେମାନଙ୍କ କର୍ମଚାରୀମାନଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦେଇଛନ୍ତି। ହରିୟାଣା ହାଥନିକୁଣ୍ଡ ବ୍ୟାରେଜ୍‌ରୁ ଯମୁନା ନଦୀକୁ ଲକ୍ଷେ କ୍ୟୁସେକ୍‌ରୁ ଅଧିକ ଜଳ ନିଷ୍କାସନ କରିବାରୁ ଦିଲ୍ଲୀ ସରକାର ବନ୍ୟା ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଏଥିପାଇଁ ୧୬ଟି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ଯମୁନାର ଜଳସ୍ତର ବିପଦ ସଙ୍କେତ ଟପିଲେ ନଦୀ କୂଳବର୍ତ୍ତୀ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ସେ କହିଛନ୍ତି।
ଜମ୍ମୁ-କଶ୍ମୀରର କଠୁଆ ଓ ସାମ୍ବା ଜିଲାରେ ରେଡ୍‌ ଆଲର୍ଟ ଜାରି ହୋଇଛି। ରାଜସ୍ଥାନ, ପଞ୍ଜାବ ଓ ହରିୟାଣାରେ ପ୍ରବଳ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳଗୁଡ଼ିକ ଜଳାର୍ଣ୍ଣବ ହୋଇଛି। ଲଗାଣ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ରାଜ୍ୟଗୁଡ଼ିକୁ ପିଏମ୍‌ କେୟାର ପାଣ୍ଠିରୁ ଅତିରିକ୍ତ ସହାୟତା ଯୋଗାଇଦେବା ଲାଗି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାରଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?