ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ଏହାକୁ ନିନ୍ଦନୀୟ କହିବା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି।

ଅନ୍ୟପକ୍ଷେ, ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।

ଏହା ସହଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri